ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୦ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୪୯୬୨କୁ ବୃଦ୍ଧି ପାଇଥିବା ବେଳେ ୧୦୩୩୬୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୮୮୪ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।