ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଆଜି ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୦ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୩୩୫ ଓ କଟକରୁ ୨୦୫ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୪୮୨୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।