ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୮୦ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୪ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୮୨୯୮ କୁ ବୃଦ୍ଧି ପାଇଥିବା ବେଳେ ୧୦୦୪୧୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୯୬୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୭ଜଣ ପଜିଟିଭ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୮୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬୧ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ୍ ପୁଲ୍ରୁ ୫୯ଜଣ ରହିଛନ୍ତି ।
ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୧୮କୁ ବୃଦ୍ଧି ପାଇଛି।