ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୩୫୮ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୪୭ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୫୮ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୪୯ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୪୬୩୪ କୁ ବୃଦ୍ଧି ପାଇଥିବା ବେଳେ ୧୦୨୧୧୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୧୧୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୫୮ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୪୯ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୪୬୩୪ କୁ ବୃଦ୍ଧି ପାଇଥିବା ବେଳେ ୧୦୨୧୧୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୧୧୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୭ ଜଣ ପଜିଟିଭ ରହିଛନ୍ତି।

About The Author: The Sakala