ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୧୦ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୩ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୦୭୫୪ କୁ ବୃଦ୍ଧି ପାଇଥିବା ବେଳେ ୧୦୦୭୦୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୪୯୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୯ଜଣ ପଜିଟିଭ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ୧୯୭ ଜଣ, କଟକରୁ ୭୮ ଜଣ, ବାଲେଶ୍ବରରୁ ୩୩ ଜଣ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୨୨ ଜଣ ଲେଖାଏଁ, ପୁରୀରୁ ୨୦ ଜଣ, ମୟୂରଭଞ୍ଜରୁ ୧୪ ଜଣ, ଗଞ୍ଜାମରୁ ୧୨ ଜଣ, ଭଦ୍ରକ ଓ ସମ୍ବଲପୁର ଜିଲ୍ଲାରୁ ୯ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୮ ଜଣ, ଗଜପତି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ ଲେଖାଏଁ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲରୁ ୩ ଜଣ ଲେଖାଏଁ,ବଲାଙ୍ଗୀର, ବୌଦ୍ଧ,କଳାହାଣ୍ଡି , କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୪୭ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି।