ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫ ହଜାର ମୁହାଁ ହେଲାଣି। ରାଜ୍ଯରୁ ଆଜି ୪,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୮୧୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୦୩୭ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୮୨,୩୧୫ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୦୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୫୧୬, କଟକ-୩୦୪, ନୂଆପଡ଼ା- ୪୮୬, ବଲାଙ୍ଗୀର-୨୨୭, ବରଗଡ଼-୧୯୮, କଳାହାଣ୍ଡି- ୩୧୮, ଝାରସୁଗୁଡ଼ାରୁ ୨୯୦, ନବରଙ୍ଗପୁର- ୧୯୪ ଓ ସମ୍ବଲପୁର ଜିଲ୍ଲାରୁ ୧୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।