ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୪୪ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୨୫୯୪ କୁ ବୃଦ୍ଧି ପାଇଥିବା ବେଳେ ୧୦୦୮୬୭୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୭୩୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୨ଜଣ ପଜିଟିଭ ରହିଛନ୍ତି।
ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି।