ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୩୯ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୬ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୩୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୩ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୩୧୩୩ କୁ ବୃଦ୍ଧି ପାଇଥିବା ବେଳେ ୧୦୦୯୦୮୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୮୨୯ ଜଣ କରୋନା ଆକ୍ରାନ୍ତ […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୩୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୩ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୩୧୩୩ କୁ ବୃଦ୍ଧି ପାଇଥିବା ବେଳେ ୧୦୦୯୦୮୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୮୨୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ


ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର