ରାଜ୍ୟରୁ ଆଉ ୬୦୭୩ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୦୯୨ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ଓଡିଶାରେ ୬ ହଜାର ତଳକୁ ଖସୁନି ଦୈନିକ ସଂକ୍ରମଣ ମାମଲା । ଲଗାତାର ଷଷ୍ଠ ଦିନରେ ରାଜ୍ୟରୁ ୬ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଗତ ୨୪ ଘଣ୍ଟାରେ ରାଜ୍ୟରୁ ୬ ହଜାର ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩ ହଜାର ୫୨୨ଟି ମାମଲା ଆସିଥିବା ବେଳେ ୨ ହଜାର ୫୫୧ଟି ମାମଲା ସ୍ଥାନୀୟ ସଂକ୍ରମଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୯୨ ଜଣ ସଂକ୍ରମିତ ଚିହ୍ନଟ […]

ଭୁବନେଶ୍ୱର: ଓଡିଶାରେ ୬ ହଜାର ତଳକୁ ଖସୁନି ଦୈନିକ ସଂକ୍ରମଣ ମାମଲା । ଲଗାତାର ଷଷ୍ଠ ଦିନରେ ରାଜ୍ୟରୁ ୬ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଗତ ୨୪ ଘଣ୍ଟାରେ ରାଜ୍ୟରୁ ୬ ହଜାର ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩ ହଜାର ୫୨୨ଟି ମାମଲା ଆସିଥିବା ବେଳେ ୨ ହଜାର ୫୫୧ଟି ମାମଲା ସ୍ଥାନୀୟ ସଂକ୍ରମଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଅନୁଗୁଳରୁ ୨୩୯ ଜଣ, ବାଲେଶ୍ୱରରୁ ୭୮, ବରଗଡ଼ରୁ ୨୮୬, ଭଦ୍ରକରୁ ୬୫, ବଲାଙ୍ଗିରରୁ ୪୫୭, ବୌଦ୍ଧରୁ ୬୪, କଟକରୁ ୧୯୮, ଦେବଗଡ଼ରୁ ୩୬, ଢେଙ୍କାନାଳରୁ ୧୨, ଗଜପତିରୁ ୭୯, ଗଞ୍ଜାମରୁ ୨୦୯, ଜଗତସିଂହପୁରରୁ ୬୨, ଯାଜପୁରରୁ ୧୦୭, ଝାରସୁଗୁଡ଼ାରୁ ୩୫୯, କଳାହାଣ୍ଡିରୁ ୨୭୭, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୬୪, କେନ୍ଦୁଝରରୁ ୨୬୬, ଖୋର୍ଦ୍ଧାରୁ ୧୦୯୨, କୋରାପୁଟରୁ ୭୬, ମାଲକାନଗିରିରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସେହିଭଳି ମୟୂରଭଞ୍ଜରୁ ୧୪୯, ନବରଙ୍ଗପୁରରୁ ୨୦୬, ନୟାଗଡ଼ରୁ ୧୧୦, ନୂଆପଡ଼ାରୁ ୪୦୦, ପୁରୀରୁ ୨୨୬, ରାୟଗଡ଼ାରୁ ୭୭, ସମ୍ବଲପୁରରୁ ୧୫୮, ସୋନପୁରରୁ ୭୪, ସୁନ୍ଦରଗଡ଼ରୁ ୩୭୧ ଏବଂ ଷ୍ଟେଟ ପୁଲରୁ ୨୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୨୦ ହଜାର ୧୨୯କୁବୃଦ୍ଧି ପାଇଛି । ଏବେ ରାଜ୍ୟରେ ୫୦ ହଜାର ୯୫୮ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ୩ ଲକ୍ଷ ୬୭ ହଜାର ୧୧୧ ଜଣ କରୋନାକୁ ମାତ୍ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର