ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୭୪ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ […]

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୫ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୩୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୨୬୧, ସମ୍ବଲପୁରରୁ ୮୯, ମୟୁରଭଞ୍ଜ ୮୭ ଓ କଟକରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୦୧୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

27 Jul 2022 By The Sakala

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୭୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୫ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୩୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୨୬୧, ସମ୍ବଲପୁରରୁ ୮୯, ମୟୁରଭଞ୍ଜ ୮୭ ଓ କଟକରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୦୧୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର