ଖସୁଛି ସଂକ୍ରମଣ: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୫ ହଜାର ୯୦୧ କରୋନା ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ସାମାନ୍ଯ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୮୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୩୯ ଜଣ ପଜିଟିଭ […]

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ସାମାନ୍ଯ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୮୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୩୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୩୧୧୬୯ କୁ ବୃଦ୍ଧି ପାଇଥିବା ବେଳେ ୧୧୫୨୨୩୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୭୦୩୨୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

About The Author: The Sakala