ରାଜ୍ଯରେ ୨୪ ଘଣ୍ଟାରେ ୧୫୫୮ କରୋନା ଆକ୍ରାନ୍ତ ଚିହ୍ନଟ, ୬୬ଜଣଙ୍କ ମୃତ୍ଯୁ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା  ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୮୩୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧି କ୧୧ ଜଣଙ୍କର ମୃତ୍ଯୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା  ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୬ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୮୩୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧି କ୧୧ ଜଣଙ୍କର ମୃତ୍ଯୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ସେହିପରି କଟକରୁ- ୧୦, ଖୋର୍ଦ୍ଧାରୁ- ୮, ଭଦ୍ରକରୁ- ୬, ଯାଜପୁରରୁ -୫ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି। ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ । ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ । ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୫୫୮ ଏବଂ ସ୍ଥାନୀୟ ସଂକ୍ରମିତ ୯୦୪ ଜଣ ରହିଛନ୍ତି। ଏଥିସଗ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯ଲକ୍ଷ ୭୫ହଜାର ୬୯୦ ପହଞ୍ଚିଛି। ଏଥି ମଧ୍ଯରୁ ମୋଟ୍  ୯ଲକ୍ଷ ୫୩ହଜାର ୮୮ ସୁସ୍ଥ ହୋଇଥିବ ବେଳେ ୧୬ହଜାର ୭୧୫ ଜଣ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

 

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର