ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୦୭ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୬ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୦୭ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୮୩୬୬କୁ ବୃଦ୍ଧି ପାଇଥିବା ବେଳେ ୧୦୧୫୦୧୮ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୦୭୫ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୦୭ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୮୩୬୬କୁ ବୃଦ୍ଧି ପାଇଥିବା ବେଳେ ୧୦୧୫୦୧୮ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୦୭୫ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୪ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଲଗାଣ ବର୍ଷା ଜାରି: ଆଜି ଅତି ପ୍ରବଳ ବର୍ଷା ହେବା ନେଇ ଆଶଙ୍କା


ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର