ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୩୬ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ […]

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୨୪୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୧୭, ସମ୍ବଲପୁରରୁ ୬୨, ମୟୁରଭଞ୍ଜ ୫୫ ଓ କଟକରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୧୮୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

05 Aug 2022 By The Sakala

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୩୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୨୪୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୧୭, ସମ୍ବଲପୁରରୁ ୬୨, ମୟୁରଭଞ୍ଜ ୫୫ ଓ କଟକରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୧୮୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର