ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫୦୦ ପାର କଲାଣି। ରାଜ୍ଯରୁ ୫୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୪୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୪୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୩,୮୫୬ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୦୫ ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୨୧, ଭଦ୍ରକରୁ ୯ ଜଣ, ବଲାଙ୍ଗିରରୁ ୧୧ ଜଣ, କଟକରୁ ୩୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୩୧ ଜଣ, କଳାହାଣ୍ଡିରୁ ୬୪ ଜଣ, କନ୍ଧମାଳରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୯ ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୮ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୨୯ ଜଣ, ପୁରୀରୁ ୨୪ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୨୮ ଜଣ, ସୋନପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୮୪ ଜଣ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।