ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଆଜି ଆକ୍ରାନ୍ତଙ୍କ ସଂଖ୍ଯାରେ ସାମାନ୍ଯ ବୃଦ୍ଧି ଘଟିଛି। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୬ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩ ଜଣ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଆଜି ଆକ୍ରାନ୍ତଙ୍କ ସଂଖ୍ଯାରେ ସାମାନ୍ଯ ବୃଦ୍ଧି ଘଟିଛି। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୬ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୧୩୨ କୁ ବୃଦ୍ଧି ପାଇଥିବା ବେଳେ ୧୦୪୪୮୦୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୮୧୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

About The Author: The Sakala