ନବୀନଙ୍କ ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ମୋହର : ଏଣିକି ବଜାରରେ ମିଳିବ କରୋନା ଟିକା
ନୂଆଦିଲ୍ଲୀ : ମେ ପହିଲାରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଦିଆଯିବା କରୋନା ଟିକା । ତୃତୀୟ ପର୍ଯ୍ୟାୟ ଟିକାକରଣରେ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକା ଦିଆଯିବା ନେଇ ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର । ଔଷଧ କମ୍ପାନୀ ଓ ବରିଷ୍ଠ ଡାକ୍ତରଙ୍କ ସହ ସୋମବାର ଦିନ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପରେ ଏହି ନିଷ୍ପତି ନେଇଛନ୍ତି । ଏଥି ସହିତ କରୋନା ଟିକାକରଣକୁ ଅଧିକ ଗତି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛି ଦିନ ତଳେ […]
ନୂଆଦିଲ୍ଲୀ : ମେ ପହିଲାରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଦିଆଯିବା କରୋନା ଟିକା । ତୃତୀୟ ପର୍ଯ୍ୟାୟ ଟିକାକରଣରେ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକା ଦିଆଯିବା ନେଇ ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର । ଔଷଧ କମ୍ପାନୀ ଓ ବରିଷ୍ଠ ଡାକ୍ତରଙ୍କ ସହ ସୋମବାର ଦିନ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପରେ ଏହି ନିଷ୍ପତି ନେଇଛନ୍ତି ।
ଏଥି ସହିତ କରୋନା ଟିକାକରଣକୁ ଅଧିକ ଗତି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛି ଦିନ ତଳେ କେନ୍ଦ୍ର ସରକାରଙ୍କୁ ଟିକା ଖୋଲା ବଜାରରେ ଉପଲବ୍ଧ କରାଇବା ନେଇ ପ୍ରସ୍ତାବ ଦେଇଥିଲେ । ଯାହାକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ନବୀନଙ୍କ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି କେନ୍ଦ୍ର ସରକାର । ଟିକା ଉତ୍ପାଦନକାରୀ ୫୦ ପ୍ରତିଶତ ଟିକା କେନ୍ଦ୍ରକୁ ଦେବେ ଓ ବାକି ଟିକା ରାଜ୍ୟ ସରକାରଙ୍କୁ ଓ ଖୋଲା ବଜାରରେ ବିକ୍ରି ପାଇଁ ଉପଲବ୍ଧ ହେବ । ଏବେ ବିଭିନ୍ନ ଘରୋଇ ଏବଂ ସରକାରୀ କୋଭିଡ କେନ୍ଦ୍ରରେ ଟିକାକରଣ ଚାଲିଛି। ଏବେ ଖୋଲା ବଜାରକୁ ଟିକା ଦେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେବାପରେ ଔଷଧ ଦୋକାନ, ହସ୍ପିଟାଲ ମଧ୍ୟ କରୋନା ଟିକା ଉତ୍ପାଦକଙ୍କ ପାଖରୁ କିଣିପାରିବେ। ଯାହା ଫଳରେ ଯେଉଁମାନେ ଚାହିଁବେ ଟିକା କିଣି ନେଇ ପାରିବେ । ଯାହା ଦ୍ବାରା ଅଧିକ ଲୋକ ଟିକା ନେଇ ପାରିବେ।
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଭିଡ ସ୍ଥିତି ନେଇ ଦେଶର ପ୍ରତିଷ୍ଠିତ ଡାକ୍ତର ଏବଂ ଦେଶର ଫାର୍ମା କମ୍ପାନୀ ସହ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସରକାର ବର୍ଷେରୁ ଅଧିକ ସମୟ ଧରି କୋଭିଡ ବିରୋଧରେ ଲଢ଼େଇ କରୁଛନ୍ତି। କିଭଳି ଟିକା ଅଧିକରୁ ଅଧିକ ଭାରତୀୟ ପାଇପାରିବେ ସେ ନେଇ କେନ୍ଦ୍ର ସରକାର ଚେଷ୍ଟା କରୁଛନ୍ତି।
ସୂଚନାଯୋଗ୍ୟ, ଟିକାକରଣକୁ ରୋକିବା ପାଇଁ କେନ୍ଦ୍ର ସରକାର ଜାନୁଆରୀ ଆରମ୍ଭରୁ ଟିକାକରଣ ଆରମ୍ଭ କରିଛନ୍ତି। ପ୍ରଥମେ କୋଭିଡ ଯୋଦ୍ଧାଙ୍କୁ ଟିକା ଦେଇଥିଲେ ସରକାର। ଏହାପରେ ୬୦ରୁ ଅଧିକ ବୟସ ବ୍ୟକ୍ତିଙ୍କୁ ସରକାର ଟିକାକରଣରେ ସାମିଲ କରିଥିଲେ। ପରେ ୪୫ରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକାକରଣରେ ସାମିଲ୍ କରିଥିଲେ। ହେଲେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଅକସ୍ମାତ ହୁ ହୁ ହୋଇ ବଢ଼ିବା ପରେ କେନ୍ଦ୍ର ସରକାର ସମସ୍ତ ପ୍ରାପ୍ତ ବୟସ୍କଙ୍କୁ ଟିକା ନେବାକୁ ଅନୁମତି ଦେଇଛନ୍ତି।