ବିଜେଡିରେ ସାମିଲ ହେଲେ ବିଶିଷ୍ଟ କର୍ପୋରେଟ ଅଧିକାରୀ ସଂତୃପ୍ତ ମିଶ୍ର

The Sakala Picture
Published On

ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ବିଶିଷ୍ଟ କର୍ପୋରେଟ ଅଧିକାରୀ ତଥା ଓଡିଆ ପୁଅ ସଂତୃପ୍ତ ମିଶ୍ର । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସଂତୃପ୍ତ। ଏହି ଅବସରରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ବାଗତ କରିଥିଲେ । ନିକଟରେ ଉପସ୍ଥିତ ଥିଲେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ସେହ୍ନାଙ୍ଗିନୀ […]

ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ବିଶିଷ୍ଟ କର୍ପୋରେଟ ଅଧିକାରୀ ତଥା ଓଡିଆ ପୁଅ ସଂତୃପ୍ତ ମିଶ୍ର । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସଂତୃପ୍ତ। ଏହି ଅବସରରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ବାଗତ କରିଥିଲେ । ନିକଟରେ ଉପସ୍ଥିତ ଥିଲେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ସେହ୍ନାଙ୍ଗିନୀ ଛୁରିଆଙ୍କ ସମେତ ଅନେକ ପ୍ରମୁଖ ବିଜେଡି ନେତା । ଡିସେମ୍ବରରେ ସେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ । ଏକାମ୍ର ପ୍ରକଳ୍ପ ଉପଦେଷ୍ଟା କମିଟିର ଅଧ୍ୟକ୍ଷ ମଧ୍ୟ ଥିଲେ ସଂତୃପ୍ତ । ମୁଖ୍ୟମନ୍ତ୍ରୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଥିବା ସେ କହିଛନ୍ତି ।

ଦଳରେ ସାମିଲ ହେବା ପରେ ସଂତୃପ୍ତ କହିଛନ୍ତି, ଓଡ଼ିଶାର ସେବା କରିବାକୁ ମୋତେ ବିଜେଡି ତରଫରୁ ସୁଯୋଗ ମିଳିଛି । ଭାରତୀୟ ରାଜନୀତିରେ ବିଜେଡି ହେଉଛି ସବୁଠୁ ପ୍ରଗତିଶୀଳ ରାଜନୈତିକ ଦଳ । ବହୁରାଷ୍ଟୀୟ କମ୍ପାନିରେ କାମ କରୁଥିବାରୁ ଓଡ଼ିଶା ବାହାରେ ରହୁଥିଲି । କିନ୍ତୁ ଜନ୍ମସ୍ଥାନକୁ ଫେରି ଓଡ଼ିଶା ପାଇଁ କାମ କରିବାକୁ ମନରେ ଇଚ୍ଛା ଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଆଗକୁ ନେବା ସହ ମୌଳିକତା ଆଧାରରେ ୨୫ ବର୍ଷ ହେବ ଓଡ଼ିଶାର ଶାସନଭାର ସମ୍ଭାଳିଛନ୍ତି । ପରିକ୍ରମା ପ୍ରକଳ୍ପ, ସମଲେଇ ପ୍ରକଳ୍ପ,ଏକାମ୍ର ପ୍ରକଳ୍ପ ଜରିଆରେ ଓଡ଼ିଶାରେ ଆଧ୍ୟାତ୍ମିକ ଭାବନା ଆଣିଛନ୍ତି ନବୀନ । ଏହା ଦେଖିବା ପରେ ମୁଁ ଅନେକ ପ୍ରେରଣା ପାଇଛି । ଓଡ଼ିଶାବାସୀଙ୍କ ପାଇଁ ସେବା କରିବାକୁ ବିଜେଡିରେ ଯୋଗ ଦେଇଥିବା ସେ କହିଛନ୍ତି ।

ଆଦିତ୍ଯ ବିର୍ଲା ଗ୍ରୁପର ପୂର୍ବତନ ସିଇଓ ତଥା ଏକାମ୍ର ପ୍ରକଳ୍ପ ଉପଦେଷ୍ଟା କମିଟିର ଅଧ୍ଯକ୍ଷ ଥିବା ସଂତୃପ୍ତ ମିଶ୍ର କର୍ପୋରେଟ ଜଗତର ଜଣେ ବଡ଼ ବ୍ଯକ୍ତିତ୍ବ । ସୀମିତ ସମୟରେ ସଫଳତାର ଏତେ ସୋପାନ ଆରୋହଣ କରିବାର ସ୍ବପ୍ନ ଦେଖୁଥିବା ଅଧିକାଂଶ ଯୁବ ପିଢି ପାଇଁ ସେ ହେଉଛନ୍ତି ଆଦର୍ଶ । ବିର୍ଲା ଗ୍ରୁପର ସଫଳତା ପଛରେ ତାଙ୍କର ଅବଦାନ ବେଶ ଗୁରୁତ୍ବପୂର୍ଣ୍ଣ । କମ୍ପାନୀର ପାଞ୍ଚ ପାଞ୍ଚଟି ପଦବୀରେ ରହି ସେ ସଫଳତାର ସହ ଦାୟିତ୍ବ ତୁଲାଇବାରେ ସମର୍ଥ ହୋଇଥିଲେ । ବିଚକ୍ଷଣ ବିଜିନେସ୍ ଅପରେସନ୍, ଷ୍ଟ୍ରାଟେଜି, ଭିଜନ୍, ମ୍ୟାନେଜମେଣ୍ଟ ଓ ଚେଞ୍ଜ୍ ଅପରେସନ୍ ପାଇଁ ଜଣାଶୁଣା ସଂତୃପ୍ତ ମିଶ୍ର ଦେଶ ବିଦେଶରୁ ଅନେକ କର୍ପୋରେଟ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

Join Us @ WhatsApp

About The Author

Google News
Join Us @ WhatsApp

ରାଶିଫଳ