ବିକାଶ ଓ ଜନକଲ୍ୟାଣମୂଳକ କାର୍ଯ୍ୟର ସୁଫଳ ଲୋକଙ୍କ ପାଖରେ ପହଞ୍ଚାଇବା ଦିଗରେ ଦୁର୍ନୀତି ବଡ଼ ପ୍ରତିବନ୍ଧକ

The Sakala Picture
Published On

ଭୁବନେଶ୍ୱର: ଅକ୍ଟୋବର ୨୬ରୁ ନଭେମ୍ବର ୧ ଯାଏ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହେଉଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ଦୁର୍ନୀତି ନିବାରଣ ଅଭିଯାନରେ ସଂକଳ୍ପବଦ୍ଧ ଓ ଉତ୍ସର୍ଗୀକୃତ ଭାବେ ସାମିଲ ହୋଇ ଉତ୍ତମ ସମାଜ ଗଠନରେ ସହାୟକ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। ବିକାଶ ଓ ପ୍ରଗତି ପଥରେ ଦୁର୍ନୀତି ପ୍ରମୁଖ ଅନ୍ତରାୟ। ବିକାଶ ଓ ଜନକଲ୍ୟାଣମୂଳକ କାର୍ଯ୍ୟର ସୁଫଳ ଲୋକଙ୍କ ପାଖରେ ପହଞ୍ଚାଇବା ଦିଗରେ ଦୁର୍ନୀତି […]

ଭୁବନେଶ୍ୱର: ଅକ୍ଟୋବର ୨୬ରୁ ନଭେମ୍ବର ୧ ଯାଏ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହେଉଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ଦୁର୍ନୀତି ନିବାରଣ ଅଭିଯାନରେ ସଂକଳ୍ପବଦ୍ଧ ଓ ଉତ୍ସର୍ଗୀକୃତ ଭାବେ ସାମିଲ ହୋଇ ଉତ୍ତମ ସମାଜ ଗଠନରେ ସହାୟକ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ବିକାଶ ଓ ପ୍ରଗତି ପଥରେ ଦୁର୍ନୀତି ପ୍ରମୁଖ ଅନ୍ତରାୟ। ବିକାଶ ଓ ଜନକଲ୍ୟାଣମୂଳକ କାର୍ଯ୍ୟର ସୁଫଳ ଲୋକଙ୍କ ପାଖରେ ପହଞ୍ଚାଇବା ଦିଗରେ ଦୁର୍ନୀତି ବଡ଼ ପ୍ରତିବନ୍ଧକ। ଦୁର୍ନୀତି ମଧ୍ୟ ସୁଶାସନ, ସାମାଜିକ ସଂହତି ତଥା ବ୍ୟକ୍ତି ମର୍ଯ୍ୟାଦା ଓ ଅଧିକାରର ପରିପନ୍ଥୀ। ରାଜ୍ୟ ସରକାର ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହ ସ୍ୱଚ୍ଛତା ଏବଂ ଶୂନ୍ୟ ସହିଷ୍ଣୁତା ଉପରେ ପ୍ରାଧାନ୍ୟ ଦେଇଆସୁଛନ୍ତି।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ଦୁର୍ନୀତି ବିରୋଧରେ ସଂଗ୍ରାମର ସଫଳତା ପାଇଁ ଜନଶିକ୍ଷା ଓ ସଚେତନତା ତଥା ଗୋଷ୍ଠୀଗତ ସହଯୋଗ ଅତ୍ୟନ୍ତ ଆବଶ୍ୟକ। ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦୁର୍ନୀତିମୁକ୍ତ ସମାଜ ଗଠନ ସହ ରାଜ୍ୟବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସମାଜର ସବୁବର୍ଗର ଆକୁଣ୍ଠ ସମର୍ଥନ, ସହଯୋଗ ଓ ସହଭାଗିତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର