ସମ୍ବଲପୁର: ମହଙ୍ଗା ପଡ଼ିଲା ଠିକା ସଂସ୍ଥାର ବିଲ୍ ନଦେବା । ୩ କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ । ହୀରାକୁଦ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀ ଓ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍ ପାଇଁ ମଧ୍ୟ ନିର୍ଦ୍ଦେଶ । କାର୍ଯ୍ୟାଳୟର ସ୍ଥାବର ଅସ୍ଥାବାର ସମ୍ପତ୍ତି ଆଟାଚ୍ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେହି ଅଫିସର ଆସବାବ ପତ୍ର ଜବତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ବୁର୍ଲାସ୍ଥିତ ଉପର ମହାନଦୀ ବେସିନ ମ୍ୟାନେଜର ତଥା ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ, ହୀରାକୁଦ ଡ୍ୟାମ ସର୍କଲର ସୁପରିଟେଣ୍ଡ ଇଞ୍ଜିନିୟରଙ୍କ କାର୍ଯ୍ୟାଳୟ ଓ ସମ୍ବଲପୁର ଇରିଗେସନ ଡିଭିଜନର ଏକଜିକ୍ୟୁଟିଭ ଇଞ୍ଜିନିୟରଙ୍କ ଅଫିସର ଆସବାବପତ୍ର ସିଲ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ସିନିୟର ସିଭିଲ ଜଜ କୋର୍ଟ ।
ସୂଚନା ଅନୁସାରେ, ୨୦୦୦ ମସିହାରେ ସମ୍ବଲପୁର ରିଂ ରୋଡ୍ର କାମ କରିଥିଲା ଓରିଏଣ୍ଟ କନଷ୍ଟ୍ରକସନ ପ୍ରାଇଭେଟ୍ ଲିମିଟେଡ୍ । ତେବେ କାମ ସରିବା ପରେ ଠିକା ସଂସ୍ଥାକୁ ମିଳିନଥିଲା ପେମେଣ୍ଟ । ୨୦୦୫ ମସିହାରେ ବକେୟା ଅର୍ଥ ୫୨ ଲକ୍ଷ ଟଙ୍କା ହୋଇଯାଇଥିଲା । ଏନେଇ ୨୦୦୯ ମସିହାରେ ମାନ୍ୟବର ସିନିୟର ସିଭିଲ ଜଜ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ଠିକା ସଂସ୍ଥା । ୨୦୦୯ରେ ସୁଧ ମୂଳ ମିଶି ୧କୋଟି ୩୬ କୋଟି ଲକ୍ଷ ଟଙ୍କାରେ ପହଞ୍ଚିଥିଲା । ଟଙ୍କା ପଇଠ ନହେବାରୁ ୬ ପ୍ରତିଶତ ସୁଧ ଦେବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହେଲେ ବକେୟା ଟଙ୍କା ମିଳିନଥିଲା । ଏହି ବକେୟା ଟଙ୍କା ବଢି ବଢି ଅଗଷ୍ଟ ୨୦୨୪ ଯାଏ ୧କୋଟି ୮୮ ଲକ୍ଷ ହୋଇଯାଇଛି । ବାରମ୍ବାର ନୋଟିସ୍ ସତ୍ତ୍ୱେ ବକେୟା ଟଙ୍କା ନଦେବାରୁ ୩ଟି ଅଫିସର ଆସବାବପତ୍ର ଜବତ ସହ ସଂପତ୍ତି ଆଟାଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।