ଲକ୍ଷଣ ବଦଳାଉଛି କରୋନା, ସାମାନ୍ୟ ଥଣ୍ଡା ଜ୍ୱର ହେଲେ ତୁରନ୍ତ କରନ୍ତୁ ଟେଷ୍ଟ

The Sakala Picture
Published On

ଭୁବନେଶ୍ବର : ଲକ୍ଷଣ ବଦଳାଉଛି କରୋନା। ଏବେ ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ଥଣ୍ଡା ଜ୍ଵର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବାର ଆବଶ୍ୟକତା ରହିଛି। ଟେଷ୍ଟ କଲେ ନିଜେ ସୁରକ୍ଷିତ ହେବା ସହ ଅନ୍ୟମାନଙ୍କୁ ସୁରକ୍ଷିତ ହୋଇପାରିବେ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର। ସୁନ୍ଦରଗଡ ଓ ବୁର୍ଲ ରେ ସଂକ୍ରମଣ କୁ ନେଇ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। କାରଣ କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ […]

ଭୁବନେଶ୍ବର : ଲକ୍ଷଣ ବଦଳାଉଛି କରୋନା। ଏବେ ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ଥଣ୍ଡା ଜ୍ଵର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବାର ଆବଶ୍ୟକତା ରହିଛି। ଟେଷ୍ଟ କଲେ ନିଜେ ସୁରକ୍ଷିତ ହେବା ସହ ଅନ୍ୟମାନଙ୍କୁ ସୁରକ୍ଷିତ ହୋଇପାରିବେ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ସୁନ୍ଦରଗଡ ଓ ବୁର୍ଲ ରେ ସଂକ୍ରମଣ କୁ ନେଇ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। କାରଣ କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ସଂକ୍ରମଣ ହୋଇଛି। ଭିମସାର ଓ ସୁନ୍ଦରଗଡରେ ଆକ୍ରାନ୍ତ ଚିନ୍ହଟ ହେବା ପରେ ସେ ଅଞ୍ଚଳକୁ କଣ୍ଟେନମେଣ୍ଟଜୋନ୍‌ ଘୋଷଣା କରାଯାଇଛି। ବାହାର ପିଲା ଭୁତରକୁ ପ୍ରବେଶ କରିବେ ନାହିଁ। କି ଭିତର ପିଲା ବାହାରକୁ ଆସିପାରିବେ ନାହିଁ। ଏଥିପାଇଁ ରାଜ୍ୟ ସରକାର, ସ୍ବାସ୍ଥ୍ୟ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସଜାଗ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ଚିହ୍ନଟ ସମସ୍ତଙ୍କ ଆକ୍ରାନ୍ତଙ୍କ ଠାରେ ସିଭିଆରୀଟି କମ ରହିଛି। ତେଣୁ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ। ଯେହେତୁ ହଷ୍ଟେଲ ରେ ପିଲାମାନେ ଏକାଠି ହୋଇ ରହୁଛନ୍ତି ତେଣୁ କିଛି ଛାତ୍ର ଛାତ୍ରୀ ସଂକ୍ରମିତ ହୋଇଛନ୍ତି। ଏଥିପାଇଁ ହଷ୍ଟେଲ ରେ ସ୍ବତନ୍ତ୍ର ଭାବରେ ସର୍ଭିଲାନ୍ସ କରାଯାଇଛି। ୪ ରୁ ୫ ଦିନ ମଧ୍ୟରେ ସଂକ୍ରମଣ ଆୟତ୍ତ କୁ ଆସିବ। ବର୍ତ୍ତମାନ ବାହାରେ କୋଭିଡ ପ୍ରୋଟୋକାଲ ଲୋକମାନେ ମନୁନାହାନ୍ତି। ଯାହାକି ଆଗାମୀ ଦିନରେ ବଡ ବିପଦ ସୃଷ୍ଟି କରିପାରେ। ତେଣୁ ସମସ୍ତ ଜନସାଧାରଣ ସଚେତନ ହେବାର ଆବଶ୍ୟକତା ରହିଛି।  ଆବଶ୍ୟକତା ଠାରୁ ଅଧିକ ଘରୁ ନବହାରିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୩୩୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୭ ଜଣ ପଜିଟିଭ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର