ଭୁବନେଶ୍ୱର: ପୁଣି ବଢ଼ିଲା Common PG Entrance Test (CPET) ପରୀକ୍ଷା ଆବେଦନ ପାଇଁ ସମୟସୀମା । ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ଆବେଦନର ସମୟ ସୀମା । CPET ପରୀକ୍ଷା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ ନିଜର ଫର୍ମ ପୂରଣ କରିପାରିବେ। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସୟସୀମା ଅନୁସାରେ, CPET ପରୀକ୍ଷା ଆବେଦନ ପାଇଁ ମାର୍ଚ୍ଚ ୧୮ ତାରିଖ ଶେଷ ତାରିଖ ରହିଥିଲା। କିନ୍ତୁ, ଛାତ୍ରଛାତ୍ରୀମାନଙ୍କ ବୃହତ୍ତର ସ୍ୱାର୍ଥ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଆବେଦନର ସମୟସୀମାକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ ଯେ, ୨୦୨୬-୨୭ ଶିକ୍ଷାବର୍ଷରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। CPET ପ୍ରବେଶିକା ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ଛାତ୍ରଛାତ୍ରୀମାନଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚୟନ କରାଯିବ।