ପୁରୀ ବାଣ ବିସ୍ଫୋରଣ ଘଟଣା : ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା, ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ଵର : ଶ୍ରୀକ୍ଷେତ୍ର ଭଉଁରି ଯାତରେ ବାଣ ବିସ୍ଫୋରଣ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ରାତିରେ ଘଟିଥିବା ଏହି ଅଘଟଣରେ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଆହତ ଚିକିତ୍ସିତ ହେଉଛନ୍ତି। ଏହି ଅଘଟଣ ନେଇ ଗତକାଲି ରାତିରେ ଖବର ଆସିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ଆହତମାନଙ୍କୁ ଚିକିତ୍ସା ବ୍ୟବସ୍ଥା କରାଇବା ନେଇ ନିର୍ଦ୍ଦେଶ ଦେଇଥିଲେ। ଏହାପରେ […]

ଭୁବନେଶ୍ଵର : ଶ୍ରୀକ୍ଷେତ୍ର ଭଉଁରି ଯାତରେ ବାଣ ବିସ୍ଫୋରଣ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ରାତିରେ ଘଟିଥିବା ଏହି ଅଘଟଣରେ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଆହତ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ: ଖୋଲିଲା ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍: ମୋଟ ୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

ଆହୁରି ପଢ଼ନ୍ତୁ: ଲାଞ୍ଜିଗଡ଼ର ଡିଏଭି ଇଣ୍ଟରନ୍ୟାସନାଲ ସ୍କୁଲରେ ଡିଜିଟାଲ ଶିକ୍ଷଣ ଭିତ୍ତିଭୂମିକୁ ସୁଦୃଢ଼ କରିଛି ବେଦାନ୍ତ

ଏହି ଅଘଟଣ ନେଇ ଗତକାଲି ରାତିରେ ଖବର ଆସିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ଆହତମାନଙ୍କୁ ଚିକିତ୍ସା ବ୍ୟବସ୍ଥା କରାଇବା ନେଇ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଆଜି ପୂର୍ବାହ୍ନରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପହଞ୍ଚି ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ଆହୁରି ପଢ଼ନ୍ତୁ: ପ୍ରବଳ ବର୍ଷା: ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା କଲା ପ୍ରଶାସନ

ଏଥି ସହିତ ମୁଖ୍ୟମନ୍ତ୍ରୀ ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ଘୋଷଣା କରିବା ସହ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ। ସେପଟେ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

30 May 2024 By The Sakala

ପୁରୀ ବାଣ ବିସ୍ଫୋରଣ ଘଟଣା : ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା, ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଶ୍ରୀକ୍ଷେତ୍ର ଭଉଁରି ଯାତରେ ବାଣ ବିସ୍ଫୋରଣ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ରାତିରେ ଘଟିଥିବା ଏହି ଅଘଟଣରେ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଆହତ ଚିକିତ୍ସିତ ହେଉଛନ୍ତି।

ଏହି ଅଘଟଣ ନେଇ ଗତକାଲି ରାତିରେ ଖବର ଆସିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ଆହତମାନଙ୍କୁ ଚିକିତ୍ସା ବ୍ୟବସ୍ଥା କରାଇବା ନେଇ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଆଜି ପୂର୍ବାହ୍ନରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପହଞ୍ଚି ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ଏଥି ସହିତ ମୁଖ୍ୟମନ୍ତ୍ରୀ ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ଘୋଷଣା କରିବା ସହ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ। ସେପଟେ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର