ଭୁବନେଶ୍ୱର: ଦିବଂଗତ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ପାଇଁ ଏଫ୍ବିଆଇକୁ ସହାୟତା ମଗାଯାଇଥିଲା । ଏ ନେଇ ସ୍ପଷ୍ଟୀକରଣ ରଖିଛି କ୍ରାଇମବ୍ରାଞ୍ଚ । ସିଧାସଳଖ ଭାବେ ଏଫବିଆଇ ସହ ଯୋଗାଯୋଗ ସମ୍ଭବ ନୁହେଁ । ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟର ଅନୁମତି ଲୋଡାଯାଇଛି । ନବ ଦାସ ହତ୍ୟା ମାମଲାରେ ଏଫବିଆଇ ସହାୟତା ମଗାଯାଇନଥିଲା ବୋଲି କିଛି ଗଣମାଧ୍ୟମରେ ଖବର ପ୍ରସାରିତ ହୋଇଥିଲା। ଏଭଳି ଖବର ଭିତ୍ତିହୀନ ବୋଲି କ୍ରାଇମବ୍ରାଞ୍ଚ ଦର୍ଶାଇଛି। ଏନେଇ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ କ୍ରାଇମବ୍ରାଞ୍ଚ ଶନିବାର ସ୍ପଷ୍ଟ କରିଛି।
ଫେବ୍ରୁଆରୀ ୨୨ରେ ଗୃହ ମନ୍ତ୍ରଣାଳୟକୁ ଚିଠି ଲେଖିଥିଲା ଗୃହ ବିଭାଗ । ୧୮୭/ସି/୨୨.୦୨.୨୦୨୩ ନମ୍ବର ଚିଠିରେ କେନ୍ଦ୍ରକୁ ଅନୁରୋଧ କରିଥିବା ଜଣାପଡ଼ିଛି । ଏ ନେଇ ସ୍ପଷ୍ଟୀକରଣ ରଖିଛି କ୍ରାଇମବ୍ରାଞ୍ଚ । କିଛି ଗଣମାଧ୍ୟମରେ ପ୍ରସାରିତ ଖବରକୁ ମିଛ କହିବା ସହ ଅସମର୍ଥିତ ଖବର ପ୍ରସାରଣ ନକରିବାକୁ କ୍ରାଇମବ୍ରାଞ୍ଚ ଅନୁରୋଧ କରିଛି ।