କଟକରେ ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ, ୬ ଗୁରୁତର ...

Deviprasad Mohanty Picture
Published On

କଟକ: କଟକରେ ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ । ଦରଘା ବଜାର ସ୍ଥିତ ହାତୀପୋଖରୀ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । ଦଶହରା ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ସମୟରେ ହାତୀପୋଖରୀ ନିକଟରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି। ଗୀତ ବଜାଇବାକୁ ବିରୋଧ କରି କାଚ ଓ ପଥର ମାଡ କରାଯାଇଥିବା ସୂଚନା ରହିଛି । ଏହି ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ମଧ୍ୟ ଆହତ ହୋଇଥିବା ସୂଚନା ରହିଛି । ଝାଞ୍ଜିରୀମଙ୍ଗଳା ଭାଗବତ ପୂଜା କମିଟି ମେଢ଼ ହାତୀପୋଖରୀ ଅତିକ୍ରମ କରୁଥିବା ବେଳେ ଦୁଇ  ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

ଆହୁରି ପଢ଼ନ୍ତୁ: କେବଳ ଅନ୍ତର୍ଜାତୀୟ ମହିଳା ଦିବସ ନୁହେଁ ମହିଳାମାନଙ୍କୁ ପ୍ରତ୍ୟେକ ଦିନ ସମ୍ମାନ ଦିଆଯିବା ଦରକାର: ଶୁଭାଶିଷ୍‌

ସୂଚନା ଅନୁଯାୟୀ, ଝାଞ୍ଜିରୀମଙ୍ଗଳା ଭାଗବତ ପୂଜା କମିଟି ମେଢ଼ ଅଟକି ରହିଥିବା ବେଳେ ରାଉସାପାଟଣା ଦୁର୍ଗାକାଳୀ ମେଢ଼ ତା’କୁ ଅତିକ୍ରମ କରି ଆଗକୁ ଯାଇଥିଲା। ରାଉସାପାଟଣା ମେଢ଼ ଦରଘାବଜାର ଥାନା ଅତିକ୍ରମ କରୁଥିବା ସମୟରେ ସ୍ଥାନୀୟ ଅଞ୍ଚଳର କିଛି ଯୁବକ ମେଢ଼ ଶୋଭାଯାତ୍ରାରେ ଯାଉଥିବା ଯୁବକଙ୍କୁ ଆକ୍ରମଣ କରିଥିଲେ।ସୁରକ୍ଷା ପାଇଁ ରାପିଡ଼ ଆକ୍ସନ ଫୋର୍ସ ଓ ସିଆରପିଏଫ ଫୋର୍ସ ମୁତୟନ ହୋଇଛନ୍ତି । ଦେବୀଗଡା ଅଭିମୁଖେ ଯାଉଥିବା ମେଢ ଗୁଡିକ ରାସ୍ତାରେ ଅଟକି ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

04 Oct 2025 By Deviprasad Mohanty

କଟକରେ ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ, ୬ ଗୁରୁତର ...

କଟକ: କଟକରେ ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ । ଦରଘା ବଜାର ସ୍ଥିତ ହାତୀପୋଖରୀ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । ଦଶହରା ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ସମୟରେ ହାତୀପୋଖରୀ ନିକଟରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି। ଗୀତ ବଜାଇବାକୁ ବିରୋଧ କରି କାଚ ଓ ପଥର ମାଡ କରାଯାଇଥିବା ସୂଚନା ରହିଛି । ଏହି ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ମଧ୍ୟ ଆହତ ହୋଇଥିବା ସୂଚନା ରହିଛି । ଝାଞ୍ଜିରୀମଙ୍ଗଳା ଭାଗବତ ପୂଜା କମିଟି ମେଢ଼ ହାତୀପୋଖରୀ ଅତିକ୍ରମ କରୁଥିବା ବେଳେ ଦୁଇ  ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

ସୂଚନା ଅନୁଯାୟୀ, ଝାଞ୍ଜିରୀମଙ୍ଗଳା ଭାଗବତ ପୂଜା କମିଟି ମେଢ଼ ଅଟକି ରହିଥିବା ବେଳେ ରାଉସାପାଟଣା ଦୁର୍ଗାକାଳୀ ମେଢ଼ ତା’କୁ ଅତିକ୍ରମ କରି ଆଗକୁ ଯାଇଥିଲା। ରାଉସାପାଟଣା ମେଢ଼ ଦରଘାବଜାର ଥାନା ଅତିକ୍ରମ କରୁଥିବା ସମୟରେ ସ୍ଥାନୀୟ ଅଞ୍ଚଳର କିଛି ଯୁବକ ମେଢ଼ ଶୋଭାଯାତ୍ରାରେ ଯାଉଥିବା ଯୁବକଙ୍କୁ ଆକ୍ରମଣ କରିଥିଲେ।ସୁରକ୍ଷା ପାଇଁ ରାପିଡ଼ ଆକ୍ସନ ଫୋର୍ସ ଓ ସିଆରପିଏଫ ଫୋର୍ସ ମୁତୟନ ହୋଇଛନ୍ତି । ଦେବୀଗଡା ଅଭିମୁଖେ ଯାଉଥିବା ମେଢ ଗୁଡିକ ରାସ୍ତାରେ ଅଟକି ରହିଛନ୍ତି ।

https://www.thesakala.in/latest-odisha-news/cuttack/two-group-clashes-during-bhasani-festival-in-cuttack/article-42557
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର