ହତ୍ୟା ଧମକ ପାଇ କଟକ ଡିସିପିଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ସାତ୍ୟକି ମିଶ୍ର

Tapas Ranjan Nanda Picture
Published On

ପାରିବାରିକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନା ବିବାଦକୁ ନେଇ ଓଲିଉଡ୍‌ର ଜଣାଶୁଣା ଅଭିନେତା ସାତ୍ୟକି ମିଶ୍ର ଓ ତାଙ୍କ ପରିବାରକୁ ହତ୍ୟା ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ସୋମବାର ସାତ୍ୟକି କଟକ ଡିସିପିଙ୍କୁ ଭେଟିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଓ ପରିବାରର ସୁରକ୍ଷା ପାଇଁ ଗୁହାରି କରିଛନ୍ତି।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

'କଟକ ଷ୍ଟୁଡେଣ୍ଟ ଷ୍ଟୋର' ମାଲିକାନାକୁ ନେଇ ବିବାଦ

କଟକ ବାଲୁବଜାର ସ୍ଥିତ ପ୍ରତିଷ୍ଠିତ ପୁସ୍ତକ ପ୍ରକାଶନ ଓ ବିକ୍ରୟ କେନ୍ଦ୍ର 'କଟକ ଷ୍ଟୁଡେଣ୍ଟ ଷ୍ଟୋର'ର ମାଲିକାନାକୁ ନେଇ ଏହି ବିବାଦ ଉପୁଜିଛି। ସାତ୍ୟକିଙ୍କ ଅଭିଯୋଗ ଅନୁଯାୟୀ, ଏହି ପ୍ରତିଷ୍ଠାନଟି ତାଙ୍କ ଜେଜେବାପାଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଏବଂ ପରେ ତାଙ୍କ ବାପାଙ୍କୁ ହସ୍ତାନ୍ତର କରାଯାଇଥିଲା। କିନ୍ତୁ ତାଙ୍କର ଦୁଇ ସମ୍ପର୍କୀୟ ଭାଇ ସବ୍ୟସାଚୀ ମିଶ୍ରସୌମିତ୍ରୀ ମିଶ୍ର ବେଆଇନ ଭାବେ ଏହି ବ୍ୟବସାୟକୁ ନିଜ ନିୟନ୍ତ୍ରଣକୁ ନେବାକୁ ଚେଷ୍ଟା କରୁଛନ୍ତି।

ଆହୁରି ପଢ଼ନ୍ତୁ: ଚିଲିକାରେ ପ୍ରହସନ ପାଲଟିଛି ବୋଟ୍ ଆମ୍ବୁଲାନ୍ସ ସେବା, ଖତ ଖାଉଛି ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି, ଦୁର୍ଦ୍ଦଶାରେ ଦ୍ୱୀପାଞ୍ଚଳବାସୀ

ଘରେ ପଶି ଆକ୍ରମଣ ଓ ହତ୍ୟା ଧମକ

ଅଭିନେତାଙ୍କ ଅଭିଯୋଗ ଅନୁଯାୟୀ, ଗତ ଫେବୃଆରୀ ୬ ତାରିଖ ସନ୍ଧ୍ୟାରେ ଅଭିଯୁକ୍ତମାନେ ଜୋରଜବରଦସ୍ତି ତାଙ୍କ ଘରେ ପଶି ୮୪ ବର୍ଷୀୟ ବାପା ନୃସିଂହ ପ୍ରସାଦ ମିଶ୍ରଙ୍କୁ ଗାଳିଗୁଲଜ କରିଥିଲେ। ଏପରିକି ଘରର ମହିଳା ସଦସ୍ୟଙ୍କ ସହ ମଧ୍ୟ ଅଭଦ୍ର ଆଚରଣ କରାଯାଇଥିଲା। ଏହି ଘଟଣା ପରେ ସାତ୍ୟକି ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତେବେ ପୋଲିସ ପକ୍ଷରୁ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିବା ଦର୍ଶାଇ ସେ ଡିସିପିଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ବିରୂପା ନଦୀକୁ ଡେଇଁଲେ ଦମ୍ପତି, ସ୍ତ୍ରୀ ଉଦ୍ଧାର ଓ ସ୍ୱାମୀ ନିଖୋଜ

ଭୟରେ ଅଭିନେତାଙ୍କ ପରିବାର

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସାତ୍ୟକି କହିଛନ୍ତି ଯେ, "ମାମଲା ପ୍ରତ୍ୟାହାର କରିବାକୁ ମୋ ଉପରେ ଚାପ ପକାଯାଉଛି। ଆପୋଷ ବୁଝାମଣା ପାଇଁ ଚେଷ୍ଟା କରି ବିଫଳ ହେବା ପରେ ମୁଁ ପୋଲିସର ଆଶ୍ରୟ ନେଇଛି। ବର୍ତ୍ତମାନ ମୋ ପିଲାମାନଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ ଅଛି।" ତେବେ ଏହି ଅଭିଯୋଗ ସମ୍ପର୍କରେ ଅଭିଯୁକ୍ତ ସବ୍ୟସାଚୀ ଓ ସୌମିତ୍ରୀ ମିଶ୍ରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର