ଆସନ୍ତାକାଲି ମା’ ଦୁର୍ଗାଙ୍କର ଭସାଣ ଉତ୍ସବ: କଟକରେ ଯାନବାହନ ଚଳାଚଳ ଉପରେ କଟକଣା

କଟକ: ଆସନ୍ତାକାଲି ମା’ ଦୁର୍ଗାଙ୍କର ଭସାଣ ଉତ୍ସବ। ଏ ନେଇ କିଭଳି ଭାବେ କଟକରେ ସୁରୁଖୁରୁରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଗାଇଡଲାଇନ୍ ଜାରି କରାଯାଇଛି। ଦେବୀଗଡ଼ା ଘାଟଠାରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ।ଭସାଣ ବେଳେ ମୁଖ୍ୟ ରାସ୍ତାରେ ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। କଲେଜ ଛକଠାରୁ ବକ୍ସିବଜାର ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ମନା। ଠିକ୍ ସେହିପରି ତିନିକୋଣିଆ ବଗିଚାରୁ ଚାନ୍ଦିନୀଚୌକ ଯାଏଁ ରାସ୍ତାରେ ବି ଭସାଣ […]

କଟକ: ଆସନ୍ତାକାଲି ମା’ ଦୁର୍ଗାଙ୍କର ଭସାଣ ଉତ୍ସବ। ଏ ନେଇ କିଭଳି ଭାବେ କଟକରେ ସୁରୁଖୁରୁରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଗାଇଡଲାଇନ୍ ଜାରି କରାଯାଇଛି।

ଦେବୀଗଡ଼ା ଘାଟଠାରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ।ଭସାଣ ବେଳେ ମୁଖ୍ୟ ରାସ୍ତାରେ ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। କଲେଜ ଛକଠାରୁ ବକ୍ସିବଜାର ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ମନା। ଠିକ୍ ସେହିପରି ତିନିକୋଣିଆ ବଗିଚାରୁ ଚାନ୍ଦିନୀଚୌକ ଯାଏଁ ରାସ୍ତାରେ ବି ଭସାଣ ବେଳେ କୌଣସି ଯାନବାହନ ଚଳାଚଳ କରିପାରିବ ନାହିଁ। ଏଣେ ଚଣ୍ଡୀଛକରୁ ଶେଖ ବଜାର ଓ ମହମ୍ମଦିଆ ବଜାର ବାଟଦେଇ ଚାନ୍ଦିନୀଚୌକ ଯାଏଁ ରାସ୍ତାରେ ବି ଗାଡ଼ି ଚଳାଚଳକୁ ବାରଣ କରାଯାଇଛି।

ଠିକ୍ ସେହିପରି ଜାଉଁଳିଆପଟିରୁ ଫିରଙ୍ଗି ବଜାର ଦେଇ ଦେବୀଗଡ଼ା ଯାଏ ବି ଯାନବାହନ ଚଳାଚଳ ମନା। ତେଣେ ଚୌଧୁରୀ ବଜାରରୁ ପୂର୍ଣ୍ଣ ସାହି ଯାଏ ବି ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ଏନେଇ ଜନସାଧାରଣଣଙ୍କୁ ସହଯୋଗ କରିବାକୁ କମିଶନରେଟ ପୁଲିସ ପକ୍ଷରୁ ନିବେଦନ କରାଯାଇଛି।

About The Author: The Sakala