ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ

The Sakala Picture
Published On

କଟକ: ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଶପଥ ନେଇଛନ୍ତି। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତଙ୍କ ସହ ମୋଟ ୭ ଜଣ ବିଚାରପତିଙ୍କୁ ବିଭିନ୍ନ ହାଇକୋର୍ଟକୁ ବଦଳି ପାଇଁ ସୁପାରିସ୍‌ କରାଯାଇଥିଲା। ଏହି ସୁପାରିସକୁ କେନ୍ଦ୍ର ସରକାର ଗତ ୨ ତାରିଖରେ ଅନୁମୋଦନ କରିଥିଲେ। ଜଷ୍ଟିସ୍‌ […]

କଟକ: ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଶପଥ ନେଇଛନ୍ତି। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତଙ୍କ ସହ ମୋଟ ୭ ଜଣ ବିଚାରପତିଙ୍କୁ ବିଭିନ୍ନ ହାଇକୋର୍ଟକୁ ବଦଳି ପାଇଁ ସୁପାରିସ୍‌ କରାଯାଇଥିଲା। ଏହି ସୁପାରିସକୁ କେନ୍ଦ୍ର ସରକାର ଗତ ୨ ତାରିଖରେ ଅନୁମୋଦନ କରିଥିଲେ। ଜଷ୍ଟିସ୍‌ ଦୀକ୍ଷିତ ୨୦୧୮ ମସିହା ଫେବୃଆରୀ ୧୪ରେ କର୍ଣ୍ଣାଟକ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୨୦ ଜାନୁଆରୀ ୭ରେ ସେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇ କାର୍ଯ୍ୟ କରିଆସୁଛନ୍ତି। ଆଜିର ଶପଥ ଗ୍ରହଣ ଉତ୍ସବରେ ଓଡିଶା ହାଇକୋର୍ଟର ସମସ୍ତ ବିଚାରପତି, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପୋଲିସ କମିଶନର, କଟକ ଡିସିପିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଆଇନଜୀବୀ ମାନେ ଯୋଗ ଦେଇଥିଲେ ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର