ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

କଟକ ଏସ୍‌ସିବି ମେଡିକାଲରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ଜଣ ରୋଗୀଙ୍କ ମୃତ୍ୟୁ, ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

Sakala Desk Picture
Published On

ରାଜ୍ୟର ସର୍ବବୃହତ ସ୍ୱାସ୍ଥ୍ୟକେନ୍ଦ୍ର ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଏବଂ ହସ୍‌ପିଟାଲରେ ଆଜି ଭୋରରୁ ଏକ ହୃଦୟବିଦାରକ ଅଗ୍ନିକାଣ୍ଡ ଘଟିଯାଇଛି। ମେଡିକାଲର ଏକ ୱାର୍ଡରେ ନିଆଁ ଲାଗିଯିବା ଫଳରେ ୧୦ ଜଣ ରୋଗୀଙ୍କର ପ୍ରାଣହାନି ଘଟିଥିବା ବେଳେ ଅନ୍ୟ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପୁଲିସ କମିସନର ଏହି ଅଭାବନୀୟ ଘଟଣା ସମ୍ପର୍କରେ ପ୍ରାଥମିକ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ମିଳିଥିବା ସୂଚନା ଅନୁସାରେ, ଗତକାଲି ମଧ୍ୟରାତ୍ରୀରେ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନେ ଗଭୀର ନିଦରେ ଶୋଇଥିବା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ହଠାତ୍ ନିଆଁ ଏବଂ ଧୂଆଁ ବ୍ୟାପିଯିବାରୁ ସ୍ଥିତି ସମ୍ପୂର୍ଣ୍ଣ ଅଣାୟତ୍ତ ହୋଇପଡିଥିଲା। ଅଗ୍ନିକାଣ୍ଡର ଖବର ପାଇବା ମାତ୍ରେ ହସ୍‌ପିଟାଲ କର୍ମଚାରୀ ଓ ନିଜସ୍ୱ ଅଗ୍ନିଶମ ବିଭାଗ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ବାହାରୁ ୩ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

ଆହୁରି ପଢ଼ନ୍ତୁ: ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ପପୁ ମଲ୍ଲିକ ଆହତ, ୩ ପୋଲିସ କର୍ମଚାରୀ ବି ଆହତ

ପ୍ରବଳ ଧୂଆଁ ଏବଂ ନିଆଁ ଯୋଗୁଁ ରୋଗୀମାନେ ବହୁଳ ମାତ୍ରାରେ ପ୍ରଭାବିତ ହୋଇଥିଲେ। ଗୁରୁତର ଅବସ୍ଥାରେ ଥିବା ଆଇସିୟୁ ରୋଗୀମାନଙ୍କୁ ତୁରନ୍ତ ହସ୍‌ପିଟାଲର ନ୍ୟୁ ମେଡିସିନ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ତେବେ ଏହି ଭୟାବହ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ। ଏହା ସର୍ଟସର୍କିଟ ଯୋଗୁଁ ଘଟିଛି ନା ଏଥିରେ ପ୍ରଶାସନିକ ଅବହେଳା ରହିଛି, ତାହା ତଦନ୍ତ ପରେ ହିଁ ଜଣାପଡ଼ିବ। ମେଡିକାଲ ପରିଚାଳନାଗତ ତ୍ରୁଟି ପ୍ରମାଣିତ ହେଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ବାରମ୍ବାର ଏଭଳି ଅଗ୍ନିକାଣ୍ଡ ଘଟଣାକୁ ବୁଦ୍ଧିଜୀବୀ ମହଲରେ ତୀବ୍ର ନିନ୍ଦା କରାଯାଇଛି।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ 'ରୁଷିଆନ୍ ଗ୍ରାଣ୍ଡ୍ ସ୍ୟାଣ୍ଡ ମାଷ୍ଟର କପ୍-୨୦୨୬'

ଘଟଣା ସମ୍ପର୍କରେ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଏସ୍‌ସିବି ମେଡିକାଲରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଥିଲେ। ସେ ବରିଷ୍ଠ ପଦାଧିକାରୀମାନଙ୍କ ସହ ଆଲୋଚନା କରିବା ସହ ଉଦ୍ଧାର କାର୍ଯ୍ୟର ତଦାରଖ କରିଥିଲେ। ଏହି ହୃଦୟବିଦାରକ ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି। ଏହା ସହ ଘଟଣାର ଏକ ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

16 Mar 2026 By Sakala Desk

କଟକ ଏସ୍‌ସିବି ମେଡିକାଲରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ଜଣ ରୋଗୀଙ୍କ ମୃତ୍ୟୁ, ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ରାଜ୍ୟର ସର୍ବବୃହତ ସ୍ୱାସ୍ଥ୍ୟକେନ୍ଦ୍ର ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଏବଂ ହସ୍‌ପିଟାଲରେ ଆଜି ଭୋରରୁ ଏକ ହୃଦୟବିଦାରକ ଅଗ୍ନିକାଣ୍ଡ ଘଟିଯାଇଛି। ମେଡିକାଲର ଏକ ୱାର୍ଡରେ ନିଆଁ ଲାଗିଯିବା ଫଳରେ ୧୦ ଜଣ ରୋଗୀଙ୍କର ପ୍ରାଣହାନି ଘଟିଥିବା ବେଳେ ଅନ୍ୟ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପୁଲିସ କମିସନର ଏହି ଅଭାବନୀୟ ଘଟଣା ସମ୍ପର୍କରେ ପ୍ରାଥମିକ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ମଧ୍ୟରାତ୍ରୀରେ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନେ ଗଭୀର ନିଦରେ ଶୋଇଥିବା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ହଠାତ୍ ନିଆଁ ଏବଂ ଧୂଆଁ ବ୍ୟାପିଯିବାରୁ ସ୍ଥିତି ସମ୍ପୂର୍ଣ୍ଣ ଅଣାୟତ୍ତ ହୋଇପଡିଥିଲା। ଅଗ୍ନିକାଣ୍ଡର ଖବର ପାଇବା ମାତ୍ରେ ହସ୍‌ପିଟାଲ କର୍ମଚାରୀ ଓ ନିଜସ୍ୱ ଅଗ୍ନିଶମ ବିଭାଗ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ବାହାରୁ ୩ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

ପ୍ରବଳ ଧୂଆଁ ଏବଂ ନିଆଁ ଯୋଗୁଁ ରୋଗୀମାନେ ବହୁଳ ମାତ୍ରାରେ ପ୍ରଭାବିତ ହୋଇଥିଲେ। ଗୁରୁତର ଅବସ୍ଥାରେ ଥିବା ଆଇସିୟୁ ରୋଗୀମାନଙ୍କୁ ତୁରନ୍ତ ହସ୍‌ପିଟାଲର ନ୍ୟୁ ମେଡିସିନ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ତେବେ ଏହି ଭୟାବହ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ। ଏହା ସର୍ଟସର୍କିଟ ଯୋଗୁଁ ଘଟିଛି ନା ଏଥିରେ ପ୍ରଶାସନିକ ଅବହେଳା ରହିଛି, ତାହା ତଦନ୍ତ ପରେ ହିଁ ଜଣାପଡ଼ିବ। ମେଡିକାଲ ପରିଚାଳନାଗତ ତ୍ରୁଟି ପ୍ରମାଣିତ ହେଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ବାରମ୍ବାର ଏଭଳି ଅଗ୍ନିକାଣ୍ଡ ଘଟଣାକୁ ବୁଦ୍ଧିଜୀବୀ ମହଲରେ ତୀବ୍ର ନିନ୍ଦା କରାଯାଇଛି।

ଘଟଣା ସମ୍ପର୍କରେ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଏସ୍‌ସିବି ମେଡିକାଲରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଥିଲେ। ସେ ବରିଷ୍ଠ ପଦାଧିକାରୀମାନଙ୍କ ସହ ଆଲୋଚନା କରିବା ସହ ଉଦ୍ଧାର କାର୍ଯ୍ୟର ତଦାରଖ କରିଥିଲେ। ଏହି ହୃଦୟବିଦାରକ ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି। ଏହା ସହ ଘଟଣାର ଏକ ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର