କଟକରେ ଆତଙ୍କ; ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ

Deviprasad Mohanty Picture
Published On

କଟକ: କଟକ ସଦର ଥାନା ଅନ୍ତର୍ଗତ ସାର୍ତୋଳ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ଗୋଡେଇ ଗୋଡେଇ ହାଣିଥିବା ଖବର ସାମ୍ନାକୁ ଆସିଛି। ଦିନ ଦ୍ୱିପ୍ରହରରେ ଏଭଳି ମରଣାନ୍ତକ ଆକ୍ରମଣ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି।ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ ଶଙ୍କରପୁର ଅଞ୍ଚଳର ଲକି ରାଉତ୍।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

ସୂଚନା ମୁତାବକ, ଦୁର୍ବୃତ୍ତମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଖବର ପାଇ ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଲକିଙ୍କୁ ଉଦ୍ଧାର କରିଥିଲା। ତାଙ୍କ ଶରୀରରେ ଗଭୀର କ୍ଷତ ରହିଥିବାରୁ ଏବଂ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପୋଲିସ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲ ପଠାଇଛି। ତେବେ ଏହି ଆକ୍ରମଣ ପଛରେ ପୂର୍ବ ଶତ୍ରୁତା ରହିଛି ନା ଅନ୍ୟ କିଛି କାରଣ, ସେ ନେଇ ପୁଲିସ ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

16 Dec 2025 By Deviprasad Mohanty

କଟକରେ ଆତଙ୍କ; ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ

କଟକ: କଟକ ସଦର ଥାନା ଅନ୍ତର୍ଗତ ସାର୍ତୋଳ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ଗୋଡେଇ ଗୋଡେଇ ହାଣିଥିବା ଖବର ସାମ୍ନାକୁ ଆସିଛି। ଦିନ ଦ୍ୱିପ୍ରହରରେ ଏଭଳି ମରଣାନ୍ତକ ଆକ୍ରମଣ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି।ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ ଶଙ୍କରପୁର ଅଞ୍ଚଳର ଲକି ରାଉତ୍।

ସୂଚନା ମୁତାବକ, ଦୁର୍ବୃତ୍ତମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଖବର ପାଇ ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଲକିଙ୍କୁ ଉଦ୍ଧାର କରିଥିଲା। ତାଙ୍କ ଶରୀରରେ ଗଭୀର କ୍ଷତ ରହିଥିବାରୁ ଏବଂ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପୋଲିସ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲ ପଠାଇଛି। ତେବେ ଏହି ଆକ୍ରମଣ ପଛରେ ପୂର୍ବ ଶତ୍ରୁତା ରହିଛି ନା ଅନ୍ୟ କିଛି କାରଣ, ସେ ନେଇ ପୁଲିସ ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର