ବାତ୍ୟା 'ଅକୱାନ'ର ଲ୍ୟାଣ୍ଡଫଲ୍: ସ୍ଥିତି ନିୟନ୍ତ୍ରଣାଧୀନ ଥିବା ନେଇ ମୁଖ୍ୟ ଶାସନ ସଚିବଙ୍କ ସୂଚନା, ୩.୭୨ ଲକ୍ଷ ଲୋକ ସ୍ଥାନାନ୍ତରିତ

Madhusudan Das Picture
Published On

ଭୁବନେଶ୍ୱର: ବାତ୍ୟା 'ଅକୱାନ' ର ସ୍ଥଳଭାଗ ଅତିକ୍ରମ ବା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଓଡ଼ିଶାରେ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି। ରାଜ୍ୟରେ ୩ ଲକ୍ଷ ୭୨ ହଜାର ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି । ଶୁକ୍ରବାର ରାଜ୍ୟ ଜରୁରୀକାଳୀନ ପରିଚାଳନା କେନ୍ଦ୍ର (SEOC) ଠାରେ ସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏହି ସୂଚନା ଦେଇଛନ୍ତି। କୌଣସି ଜିଲ୍ଲାରେ ବଡ଼ ଧରଣର ଅସୁବିଧା ପରିଲକ୍ଷିତ ହୋଇନଥିବା ସେ ପ୍ରକାଶ କରିଛନ୍ତି। 

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାରେ ଲକ୍ଷ ଲକ୍ଷ ଶିଶୁ
କୁପୋଷଣର ଶିକାର: ବିଜେଡି

ମୁଖ୍ୟ ଶାସନ ସଚିବଙ୍କ ସୂଚନା ଅନୁଯାୟୀ, ବାତ୍ୟା ପ୍ରଭାବିତ ହେବାକୁ ଥିବା ବିଭିନ୍ନ ଜିଲ୍ଲାରୁ ପ୍ରାୟ ୩ ଲକ୍ଷ ୭୨ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୧,୫୪,୨୯୦ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ କେନ୍ଦ୍ରାପଡ଼ାରୁ ୫୧,୯୫୬, ପୁରୀରୁ ୪୦,୨୯୫, ଗଜପତିରୁ ୨୮,୬୯୩ ଏବଂ ଖୋର୍ଦ୍ଧାରୁ ୨୩,୦୬୧ ଜଣଙ୍କୁ ଆଶ୍ରୟସ୍ଥଳୀକୁ ନିଆଯାଇଛି। 

ଆହୁରି ପଢ଼ନ୍ତୁ: ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେଇପାରେ ଗଭୀର ଅବପାତ, ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ବାତ୍ୟା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ସକାଳ ୮:୩୦ ସୁଦ୍ଧା ଗଞ୍ଜାମରେ ସର୍ବାଧିକ ୧୧୪.୬ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ପଛକୁ କେନ୍ଦ୍ରାପଡ଼ା (୬୪.୬ ମିମି) ଓ ପୁରୀ (୬୧.୧ ମିମି) ରହିଛି। ବ୍ରହ୍ମପୁର ଓ ଦିଗପହଣ୍ଡି ଭଳି ସହରାଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ସମସ୍ୟା ଉପୁଜିଛି, ଯାହାର ସମାଧାନ ପାଇଁ ମୋଟର ପମ୍ପ ବ୍ୟବହାର କରାଯାଉଛି। 

ଆହୁରି ପଢ଼ନ୍ତୁ: ରାଜ୍ୟର ଏହି ୩ ଜିଲ୍ଲାରେ ସୁନା ଖଣିର ସନ୍ଧାନ... ବିଧାନସଭାରେ ତଥ୍ୟ ରଖିଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ରାଜ୍ୟରେ ଚିହ୍ନଟ ହୋଇଥିବା ୧୨,୨୯୪ ଜଣ ଗର୍ଭବତୀ ମହିଳାଙ୍କ ମଧ୍ୟରୁ ୪,୪୭୦ ଜଣଙ୍କୁ ଡାକ୍ତରଖାନା ଓ 'ମା' ଗୃହ'କୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସୁଦ୍ଧା ୧,୪୫୦ ଶିଶୁ ଜନ୍ମ ଗ୍ରହଣ କରିଛନ୍ତି ଏବଂ ସମସ୍ତ ମା’ ଓ ନବଜାତ ଶିଶୁ ସୁରକ୍ଷିତ ଥିବା ସରକାର ସୂଚନା ଦେଇଛନ୍ତି। 

ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ SEOC ରେ ପହଞ୍ଚି ବାତ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ସମୟରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ରହି ବାତ୍ୟା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଉପରେ ଆଲୋଚନା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର