ସମୁଦ୍ରରେ ଶକ୍ତି ସଞ୍ଚୟ କରୁଛି ବାତ୍ୟା ଆସନୀ, ସନ୍ଧ୍ୟାରେ ନେବ ଭୀଷଣ ବାତ୍ୟାର ରୂପ

The Sakala Picture
Published On

ଭୁବନେଶ୍ବର : ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ପରେ ତୀବ୍ରତର ହୋଇ ସାମୁଦ୍ରିକ ବାତ୍ୟା ‘ଆସାନୀ’ ପାଲଟି ଯାଇଛି। ୧୨ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ହଜାରେ କିଲୋମିଟର ଓ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୯୪୦ କିଲୋମିଟର ଦୂରରେ […]

ଭୁବନେଶ୍ବର : ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ପରେ ତୀବ୍ରତର ହୋଇ ସାମୁଦ୍ରିକ ବାତ୍ୟା ‘ଆସାନୀ’ ପାଲଟି ଯାଇଛି। ୧୨ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ହଜାରେ କିଲୋମିଟର ଓ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୯୪୦ କିଲୋମିଟର ଦୂରରେ ରହିଛି । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବିଶେଷଜ୍ଞ କହିଛନ୍ତି ଯେ ବଙ୍ଗୋପସାଗର ରେ ବଳ ଗୋଟାଉଛି ବାତ୍ୟା ଅସାନୀ। ସମୁଦ୍ରରେ ନେଉଛି ଭୟଙ୍କର ରୂପ। ଆଜି ସନ୍ଧ୍ୟା ସୁଦ୍ଧା ନେବ ଭୀଷଣ ବାତ୍ୟାର ରୂପ । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ଏହା ୧୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଅସାନୀ । ଏବେ ପୁରୀଠାରୁ ୯୪୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବ ଏବଂ ବିଶାଖାପାଟଣାଠାରୁ ୯୦୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା । ୧୦ ତାରିଖ ସଂଧ୍ୟାରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ । ଏହା ପରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ରିକର୍ଭ କରିବ ବାତ୍ୟା ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ରିକର୍ଭ ପରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ମୁହାଁଇବା ସମ୍ଭାବନା ରହିଛି । ସ୍ଥଳଭାଗ ନ ଛୁଇଁ ସମୁଦ୍ର ଭିତରେ ଦୁର୍ବଳ ହୋଇଯାଇପାରେ ବାତ୍ୟା ।ଏହାର ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବ । ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୧ ତାରିଖରେ ୫ ଜିଲ୍ଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ୧୨ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ରହିବା ସହ ପୁରୀ,ଜଗତସିଂହପୁର, କଟକ,କେନ୍ଦ୍ରାପଡା, ବାଲେଶ୍ଵର,ଭଦ୍ରକ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେବା ପରେ ପବନର ବେଗ ବଢ଼ିବ । ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୧୦୫ ରୁ ୧୧୫ କିଲୋମିଟର ଏବଂ ଝଟକା ପବନ ଘଣ୍ଟାପ୍ରତି ୧୨୫ କିଲୋମିଟର ପର୍ଯ୍ୟନ୍ତ ବହିବା ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲ୍ଲାରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ପବନ ସମ୍ଭାବନା ଥିବାରୁ ଗୋପାଳପୁର, ଧାମରା, ପାରାଦୀପ ଏବଂ ପୁରୀ ସିଗନାଲ ବନ୍ଦର ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହିବା କାରଣରୁ ଆସନ୍ତା କାଲିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର