ବାଂଲାଦେଶ ଓ ମିଆଁମାର ମୁହାଁ ବାତ୍ଯା, ଓଡ଼ିଶା ଉପରେ ପଡ଼ିବନି ପ୍ରଭାବ

The Sakala Picture
Published On

ଭୁବନେଶ୍ୱର: ଆଗାମୀ ୪ ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ଵାଭାବିକଠାରୁ ଅଧିକ ରହିବ। ରାଜ୍ୟକୁ କ୍ରମାଗତ ଭାବେ ଗରମ ଓ ଉଷ୍ମବାୟୁ ପ୍ରବେଶ କରୁଥିବାରୁ ଏହି ସ୍ଥିତି ସୃଷ୍ଟି ହେବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଗରମ ହେବା ସହ ଏଠାରେ ତାପମାତ୍ରା ସ୍ଵାଭାବିକଠାରୁ ୩ରୁ ୪ ଡିଗ୍ରୀ ଅଧୂକ ରହିବା ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାରେ ମଧ୍ୟ ସ୍ଵାଭାବିକଠାରୁ ତାପମାତ୍ରା ୨ ଡିଗ୍ରୀରୁ ଅଧିକ ରହିବ ବୋଲି […]

ଭୁବନେଶ୍ୱର: ଆଗାମୀ ୪ ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ଵାଭାବିକଠାରୁ ଅଧିକ ରହିବ। ରାଜ୍ୟକୁ କ୍ରମାଗତ ଭାବେ ଗରମ ଓ ଉଷ୍ମବାୟୁ ପ୍ରବେଶ କରୁଥିବାରୁ ଏହି ସ୍ଥିତି ସୃଷ୍ଟି ହେବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଗରମ ହେବା ସହ ଏଠାରେ ତାପମାତ୍ରା ସ୍ଵାଭାବିକଠାରୁ ୩ରୁ ୪ ଡିଗ୍ରୀ ଅଧୂକ ରହିବା ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାରେ ମଧ୍ୟ ସ୍ଵାଭାବିକଠାରୁ ତାପମାତ୍ରା ୨ ଡିଗ୍ରୀରୁ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୋମବାର ମଧ୍ୟ ଅନେକ ସ୍ଥାନରେ ତାତି ଅନୁଭୂତ ହୋଇଛି। ୪୦.୨ ଡିଗ୍ରୀ ସହ ଝାରସୁଗଡ଼ା ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଥିବା ବେଳେ ଟିଟଲାଗଡ଼, ବଲାଙ୍ଗୀର, ଏବଂ ବୌଦ୍ଧରେ ତାପମାତ୍ର ୪୦ଡିଗ୍ରୀ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଦୁର୍ନୀତି ମାମଲାରେ ଭିଜିଲାନ୍ସର କଡା କାର୍ଯ୍ୟାନୁଷ୍ଠାନ: ବାରିପଦା ଜଳସେଚନ ଏସ୍‌ଇ ଅଫିସର ପୂର୍ବତନ କର୍ମଚାରୀଙ୍କୁ ୩ବର୍ଷ ଜେଲ

ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବ ବୋଲି ଆଇଏମଡି କହିଛି। ଏହା ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବସ୍ଥିତ ରହିଛି। । ଏବେ ଏହା ପୋର୍ଟବେୟାରଠାରୁ ୧୧୦ କିଲୋମିଟର ପୂର୍ବ-ଉତ୍ତର ପୂର୍ବ ଦିଗରେ ରହିଥିବା ବେଳେ ବାଂଲାଦେଶ ଓ ମିଆଁମାର ଉପକୂଳ ମୁହାଁ ହେଉଛି। ତେବେ ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

ବାତ୍ୟାର ପ୍ରଭାବ ନ ଥିଲେ ମଧ୍ୟ ରାଜ୍ୟକୁ ବଙ୍ଗୋପସାଗରରୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ଆଶଙ୍କା କରାଯାଇଛି। ବୁଧବାରଠାରୁ ଏହାର ପ୍ରଭାବ ଅଧିକ ହେବାକୁ ଥିବା ବେଳେ ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଏହା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

22 Mar 2022 By The Sakala

ବାଂଲାଦେଶ ଓ ମିଆଁମାର ମୁହାଁ ବାତ୍ଯା, ଓଡ଼ିଶା ଉପରେ ପଡ଼ିବନି ପ୍ରଭାବ

ଭୁବନେଶ୍ୱର: ଆଗାମୀ ୪ ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ଵାଭାବିକଠାରୁ ଅଧିକ ରହିବ। ରାଜ୍ୟକୁ କ୍ରମାଗତ ଭାବେ ଗରମ ଓ ଉଷ୍ମବାୟୁ ପ୍ରବେଶ କରୁଥିବାରୁ ଏହି ସ୍ଥିତି ସୃଷ୍ଟି ହେବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଗରମ ହେବା ସହ ଏଠାରେ ତାପମାତ୍ରା ସ୍ଵାଭାବିକଠାରୁ ୩ରୁ ୪ ଡିଗ୍ରୀ ଅଧୂକ ରହିବା ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାରେ ମଧ୍ୟ ସ୍ଵାଭାବିକଠାରୁ ତାପମାତ୍ରା ୨ ଡିଗ୍ରୀରୁ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୋମବାର ମଧ୍ୟ ଅନେକ ସ୍ଥାନରେ ତାତି ଅନୁଭୂତ ହୋଇଛି। ୪୦.୨ ଡିଗ୍ରୀ ସହ ଝାରସୁଗଡ଼ା ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଥିବା ବେଳେ ଟିଟଲାଗଡ଼, ବଲାଙ୍ଗୀର, ଏବଂ ବୌଦ୍ଧରେ ତାପମାତ୍ର ୪୦ଡିଗ୍ରୀ ରେକର୍ଡ କରାଯାଇଛି।

ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବ ବୋଲି ଆଇଏମଡି କହିଛି। ଏହା ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବସ୍ଥିତ ରହିଛି। । ଏବେ ଏହା ପୋର୍ଟବେୟାରଠାରୁ ୧୧୦ କିଲୋମିଟର ପୂର୍ବ-ଉତ୍ତର ପୂର୍ବ ଦିଗରେ ରହିଥିବା ବେଳେ ବାଂଲାଦେଶ ଓ ମିଆଁମାର ଉପକୂଳ ମୁହାଁ ହେଉଛି। ତେବେ ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇଛି।

ବାତ୍ୟାର ପ୍ରଭାବ ନ ଥିଲେ ମଧ୍ୟ ରାଜ୍ୟକୁ ବଙ୍ଗୋପସାଗରରୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ଆଶଙ୍କା କରାଯାଇଛି। ବୁଧବାରଠାରୁ ଏହାର ପ୍ରଭାବ ଅଧିକ ହେବାକୁ ଥିବା ବେଳେ ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଏହା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର