ଭୋରରୁ ସ୍ଥଳଭାଗରେ ତାଣ୍ଡବ ରଚିବ ବାତ୍ୟା ‘ଦାନା’, ମଧ୍ଯରାତ୍ରୀରୁ ଆରମ୍ଭ ହେବ ଲ୍ଯାଣ୍ଡଫଲ୍ ପ୍ରକ୍ରିୟା

The Sakala Picture
Published On

ଭୁବନେଶ୍ୱର: ଧୀରେ ଧୀରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଦାନା’ । ଆଜି ମଧ୍ଯରାତ୍ରୀରୁ ଆରମ୍ଭ ହେବ ଲ୍ଯାଣ୍ଡଫଲ୍ ପ୍ରକ୍ରିୟା । ତେବେ ସମୁଦ୍ର ମଧ୍ୟରେ ବଳ ଗୋଟାଇବା ସହ ବାତ୍ୟାର ଗତି ମନ୍ଥର ହେବାରେ ଲାଗିଛି । ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୦ କି.ମି. ବେଗରେ କୂଳ ଆଡ଼କୁ ମାଡ଼ି ଆସିଛି ବାତ୍ୟା ‘ଦାନା’ । ଏବେ ପାରାଦୀପଠାରୁ ୧୫୦ କି.ମି. ଦୂରରେ ରହିଛି ବାତ୍ଯା ‘ଦାନା’ । ଧାମରାଠାରୁ ୧୮୦ କି.ମି. […]

ଭୁବନେଶ୍ୱର: ଧୀରେ ଧୀରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଦାନା’ । ଆଜି ମଧ୍ଯରାତ୍ରୀରୁ ଆରମ୍ଭ ହେବ ଲ୍ଯାଣ୍ଡଫଲ୍ ପ୍ରକ୍ରିୟା । ତେବେ ସମୁଦ୍ର ମଧ୍ୟରେ ବଳ ଗୋଟାଇବା ସହ ବାତ୍ୟାର ଗତି ମନ୍ଥର ହେବାରେ ଲାଗିଛି । ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୦ କି.ମି. ବେଗରେ କୂଳ ଆଡ଼କୁ ମାଡ଼ି ଆସିଛି ବାତ୍ୟା ‘ଦାନା’ । ଏବେ ପାରାଦୀପଠାରୁ ୧୫୦ କି.ମି. ଦୂରରେ ରହିଛି ବାତ୍ଯା ‘ଦାନା’ । ଧାମରାଠାରୁ ୧୮୦ କି.ମି. ଦୂରରେ ରହିଛି । ସେହିପରି ସାଗରଦ୍ବୀପଠାରୁ ୨୫୦ କି.ମି. ଦୂରରେ ଦାନା ବାନ୍ଧୁଛି ବାତ୍ଯା ‘ଦାନା’ ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଆଜି ମଧ୍ଯରାତ୍ରୀରୁ ଆରମ୍ଭ ହେବ ଲ୍ଯାଣ୍ଡଫଲ୍ ପ୍ରକ୍ରିୟା । ଏହା ଆସନ୍ତାକାଲି ଭୋର ୪ଟା ପର୍ଯ୍ୟନ୍ତ ଚାଲିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁ ତାଣ୍ଡବ ରଚିବ ‘ଦାନା’ । ବାତ୍ୟା ପ୍ରଭାବରେ ମଧ୍ୟାହ୍ନରୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ତୁହାକୁ ତୁହା ବର୍ଷା ସହ ବଢୁଛି ପବନର ବେଗ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଭୀଷଣ ବାତ୍ୟା ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ବାତ୍ୟା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା କରହିଛି । ବିଶେଷ କରି ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ଯାଜପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା । ବାତ୍ୟା ମୁକାବିଲା ନେଇ ଏସଆରସି ସୂଚନା ଦେଇଛନ୍ତି । ଏସଆରସି କହିଛନ୍ତି, ୧୧ଟି ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ସର୍ବାଧିକ ପ୍ରଭାବିତ ହେବ । ଏହିସବୁ ଜିଲ୍ଲାରେ ୩ ଲକ୍ଷ ୭୦ ହଜାର ୮୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୪୦ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇସାରିଛି ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର