ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ୨୯ ତାରିଖ ଯାଏଁ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୬ ଅର୍ଥାତ୍ କାଲିଠାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ ସୁନ୍ଦରଗଡ ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ୨୭ ରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା
ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ୨୯ ତାରିଖ ଯାଏଁ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୬ ଅର୍ଥାତ୍ କାଲିଠାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ ସୁନ୍ଦରଗଡ ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ […]