ଜୱାଦ ପ୍ରଭାବ : ଆଜି ସନ୍ଧ୍ୟା ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା, କାଲିଠୁ ଭଲ ପାଗ!

The Sakala Picture
Published On

ଭୁବନେଶ୍ବର :ସମୁଦ୍ରରେ ଶକ୍ତି ହରାଉଛି ‘ଜୱାଦ’ । ବାତ୍ୟାରୁ ଗଭୀର ଅବପାତରେ ପରିଣତ ହୋଇ ସାରିଥିବା ଜୱାଦ ଆଉ କିଛି ସମୟ ପରେ ଅବପାତରେ ପରିଣତ ହେବ । ଏବେ ଗଭୀର ଅବପାତ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି । ଏହା ଦକ୍ଷିଣ-ଦକ୍ଷିଣପୂର୍ବରେ ଗୋପାଳପୁର ଠାରୁ ୧୩୦ କିଲୋମିଟର ଦୂରରେ ରହିଛି । ସେହିଭଳି ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୧୮୦ କିଲୋମିଟର ଓ ପାରାଦୀପ ଠାରୁ ୨୭୦ କିଲୋମିଟର ଦୂରରେ ରହିଛି ଗଭୀର […]

ଭୁବନେଶ୍ବର :ସମୁଦ୍ରରେ ଶକ୍ତି ହରାଉଛି ‘ଜୱାଦ’ । ବାତ୍ୟାରୁ ଗଭୀର ଅବପାତରେ ପରିଣତ ହୋଇ ସାରିଥିବା ଜୱାଦ ଆଉ କିଛି ସମୟ ପରେ ଅବପାତରେ ପରିଣତ ହେବ । ଏବେ ଗଭୀର ଅବପାତ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି । ଏହା ଦକ୍ଷିଣ-ଦକ୍ଷିଣପୂର୍ବରେ ଗୋପାଳପୁର ଠାରୁ ୧୩୦ କିଲୋମିଟର ଦୂରରେ ରହିଛି । ସେହିଭଳି ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୧୮୦ କିଲୋମିଟର ଓ ପାରାଦୀପ ଠାରୁ ୨୭୦ କିଲୋମିଟର ଦୂରରେ ରହିଛି ଗଭୀର ଅବପାତ।ଏହା କ୍ରମଶଃ ଉତ୍ତର-ଉତ୍ତରପୂର୍ବକୁ ଗତି କରି ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଆଜି ମଧ୍ୟାହ୍ନରେ ଅବପାତ ରୂପରେ ପୁରୀ ଉପକୂଳରେ ପହଞ୍ଚିବ । ପରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଯାଇ ପରବର୍ତ୍ତୀ ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ବାତ୍ୟା ‘ଜୱାଦ’ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିବା ସହ କୋହଲା ପବନ ସାଙ୍ଗକୁ ଲଗାଣ ବର୍ଷା ଚାଲିଛି।ଖାସକରି ଗଞ୍ଜାମରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ ହୋଇଛି । ଗଞ୍ଜାମରେ ସର୍ବାଧିକ ୧୫୮ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୪୨.୩ ମିମି ବର୍ଷା ହୋଇଛି । ଏବେ ମଧ୍ୟ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ଜାରି ରହିଛି । ରାଜ୍ୟରେ ଆଜି ସନ୍ଧ୍ୟା ଯାଏଁ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏଥି ସହିତ ଅବପାତରେ ପରିଣତ ହେବା ପରେ ଜୱାଦ ପଶ୍ଚିମବଙ୍ଗ ମୁହାଁ ହେବ । ଆଉ ଏହି ସମୟରେ ଉତ୍ତର ଓଡ଼ିଶାରେ ମଧ୍ୟ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛନ୍ତି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ । ଜୱାଦର ପ୍ରଭାବ ଏବେ ଧୀରେ ଧୀରେ ଦକ୍ଷିଣ ଓଡ଼ିଶାରୁ କମି ଆସିବା ସହ ଉପକୂଳରେ ପ୍ରଭାବ ପକାଇବା ଆରମ୍ଭ କରିଛି । ସମସ୍ତ ବନ୍ଦରରେ ୩ ନମ୍ବର ସତର୍କ ସୂଚନା ଜାରି କରାଯାଇଛି । ସବୁଠୁ ବଡ କଥା ହେଲା ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ବର୍ଷା ସମ୍ଭାବନା ରହିଥିବା ବେଳେ କାଲି ଠାରୁ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିବ ।

ବର୍ଷାକୁ ଲକ୍ଷ୍ୟ କରି ଆଜି ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଂଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଟ୍ୱିନ୍ ସିଟି ପାଇଁ ମଧ୍ୟ ଅରେଂଜ ୱାଣ୍ଣିଂ ଜାରି କରାଯାଇଛି । କଟକ ଭୁବନେଶ୍ୱର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

ସେହିପରି ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗଂଜାମ, ନୟାଗଡ଼, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଓଡ଼ିଶା ଉପକୂଳରେ ଘଂଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ । ଅତିବେଶୀରେ ପବନର ବେଗ ଘଂଟା ପ୍ରତି ୬୫ କିଲୋମିଟର ରହିପାରେ । ଗତ ୨୪ ଘଣ୍ଟା ମଧ୍ୟରେ ଗୋପାଳପୁରରେ ୬୦, ପାରାଦୀପରେ ୪୬, ଚାନ୍ଦବାଲିରେ ୨୮, ଭୁବନେଶ୍ବରରେ ୨୪ ଏବଂ ପୁରୀରେ ୨୧ ମିଲିମିଟର୍ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

05 Dec 2021 By The Sakala

https://www.thesakala.in/latest-odisha-news/cyclone-jawad-effect-heavy-to-heavy-rain-fall-in-odisha-tonight-good-weather-from-tomorrow/article-7366
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର