ଟଳିଲା ବଡ଼ ବିପଦ : ଓଡ଼ିଶାରେ ଲ୍ୟାଣ୍ଡଫଲ କରିନପାରେ ବାତ୍ୟା ‘ଜଓ୍ବାଦ୍’
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଜଓ୍ବାଦ ଧୀରେ ଧୀରେ ଦୁର୍ବଳ ହେବା ଆରମ୍ଭ କରିଛି । ଆଜି ଅପରାହ୍ଣ ସାଢେ ୨ଟା ବେଳେ ଏହା ବିଶାଖାପାଟଣାଠାରୁ ୨୦୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ତଥା ଗୋପାଳପୁରଠାରୁ ୩୧୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଥିଲା ।ଆଜି ରାତି ସୁଦ୍ଧା ବାତ୍ୟା ଦୁର୍ବଳ ହେବା ସହ ଏକ ଡିପ୍ ଡିପ୍ରେସନରେ ପରିଣତ ହେବ ଓ ଉତ୍ତର ଦିଗରେ ଗତି କରିବ ।ବାତ୍ୟା ଜୱାଦ୍ ଏବେ […]
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଜଓ୍ବାଦ ଧୀରେ ଧୀରେ ଦୁର୍ବଳ ହେବା ଆରମ୍ଭ କରିଛି । ଆଜି ଅପରାହ୍ଣ ସାଢେ ୨ଟା ବେଳେ ଏହା ବିଶାଖାପାଟଣାଠାରୁ ୨୦୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ତଥା ଗୋପାଳପୁରଠାରୁ ୩୧୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଥିଲା ।ଆଜି ରାତି ସୁଦ୍ଧା ବାତ୍ୟା ଦୁର୍ବଳ ହେବା ସହ ଏକ ଡିପ୍ ଡିପ୍ରେସନରେ ପରିଣତ ହେବ ଓ ଉତ୍ତର ଦିଗରେ ଗତି କରିବ ।ବାତ୍ୟା ଜୱାଦ୍ ଏବେ ୩ କିମି ବେଗରେ ଉତ୍ତରରେ ଗତି କରୁଛି । ଯାାହାକୁ ନେଇ ଦିଗ ବଦଳାଇ ପାରେ ବୋଲି ଅନୁମାନ କରାଯାଉଛି । ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍ଡି ଏନେଇ ପ୍ରକାଶ କରିଥିବା ବେଳେ ସ୍ୱତନ୍ତ୍ର ରିଲିଫ୍ କମିଶନର୍ ପ୍ରଦୀପ ଜେନା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
Pictures from Latest bulletin of @Indiametdept shows something good. Hopefully the cyclone may not make landfall in Odisha if the cyclone follows the forecasted path. Pl look at the picture below. May Lord Jagannath save us. @CMO_Odisha @SecyChief @IPR_Odisha @SRC_Odisha @osdma pic.twitter.com/emA64LWzp0
— Pradeep Jena IAS (@PradeepJenaIAS) December 4, 2021
ସମୁଦ୍ର ଭିତରେ ଦୁର୍ବଳ ହୋଇଛି ବାତ୍ୟା ‘ଜୱାଦ’ । ଫଳରେ ଏକ ବଡ ଧରଣର ବିପଦ ଓଡ଼ିଶା ଉପକୂଳରୁ ଟଳି ଯାଇଛି । ବାତ୍ୟା ଦିଗ ବଦଳାଇବା ପରେ ସମୁଦ୍ର ଭିତରେ ହିଁ ଗଭୀର ଅବପାତରେ ପରିଣତ ହେବ ଏବଂ ଉତ୍ତର-ଉତ୍ତର ପୂର୍ବ ମୁହାଁ ହୋଇ ଗତି କରିବ । ଆସନ୍ତା କାଲି ଅର୍ଥାତ ରବିବାର ମଧ୍ୟାହ୍ଣ ସୁଦ୍ଧା ପୁରୀ ନିକଟବର୍ତ୍ତୀ ହେବ କିନ୍ତୁ ଏହା ଲାଣ୍ଡଫଲ ନ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ମଧ୍ୟ ଟ୍ବିଟ କରି ସୂଚନା ଦେଇଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ଓଡ଼ିଶାରେ ବାତ୍ୟା ଲାଣ୍ଡଫଲ କରିବାର ସମ୍ଭାବନା ନାହିଁ।
ରବିବାର ମଧ୍ୟାହ୍ନରେ ପୁରୀର ନିକଟବର୍ତ୍ତୀ ହେବ । ତେବେ ସ୍ଥଳ ଭାଗ ଛୁଇଁବା ସମ୍ଭାବନା କମ୍ । ଓଡିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ମୁହାଁ ହେବ । ତେବେ ଏହାର ପ୍ରଭାବରେ ଓଡିଶା ଉପକୂଳରେ ୬୦ରୁ ୭୦ କିଲୋମିଟର ପବନ ବହିପାରେ କିନ୍ତୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ କଚ୍ଚା ଘରେ ନରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର। ତେବେ ବାତ୍ୟା ଦୁର୍ବଳ ହୋଇଗଲେ ବି ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପବନର ବେଗ ଯଦିଓ କମ ରହିବ କିନ୍ତୁ ବର୍ଷାର ପରିମାଣ ପ୍ରବଳ ରହିବ। ଏହା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି ।