ଡିସେମ୍ବର ୪ ରେ ଓଡ଼ିଶା ଉପକୂଳ ଛୁଇଁବ ବାତ୍ୟା ‘ଜୱାଦ’ ! ୩ ରୁ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ଧୀରେ ଧୀରେ ଉପକୂଳ ଆଡକୁ ପାଖେଇ ଆସୁଛି ବାତ୍ୟା ‘ଜୱାଦ’ । ଡିସେମ୍ବର ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁପାରେ ବାତ୍ୟା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ୧୨ ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ୨ ତାରିଖ ବେଳକୁ ଲଘୁଚାପ ଅବପାତର ରୂପ ନେବ । ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁବ । ଏହା ପ୍ରଭାବରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ […]

ଭୁବନେଶ୍ୱର: ଧୀରେ ଧୀରେ ଉପକୂଳ ଆଡକୁ ପାଖେଇ ଆସୁଛି ବାତ୍ୟା ‘ଜୱାଦ’ । ଡିସେମ୍ବର ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁପାରେ ବାତ୍ୟା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ୧୨ ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ୨ ତାରିଖ ବେଳକୁ ଲଘୁଚାପ ଅବପାତର ରୂପ ନେବ । ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁବ । ଏହା ପ୍ରଭାବରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ତେବେ ବାତ୍ୟା ଜୱାଦ କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ ସେନେଇ ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରିନି ପାଣିପାଗ ବିଭାଗ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ବେଗ ଓ ଦିଗ ସ୍ପଷ୍ଟ ହେବ । ବାତ୍ୟା ଆସୁଥିବା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୩ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହେବ । ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ । ବାତ୍ୟା ସ୍ଥଳଭାଗ ନିକଟବର୍ତ୍ତୀ ହେବା ବେଳେ ପବନର ବେଗ ଆହୁରି ବଢିପାରେ ବୋଲି ସେ କହିଛନ୍ତି । ମତ୍ସ୍ୟଜୀବୀ ମାନଙ୍କୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରିଦିଆଯାଇଛି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଏହି ଲଘୁଚାପଟି ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବାକୁ ଥିବାରୁ ଏହା ଆନ୍ଧ୍ର ପ୍ରଦେଶଠାରୁ ଆରମ୍ଭ କରି ବଙ୍ଗଲାଦେଶ ପର୍ଯ୍ୟନ୍ତ ଯେକୌଣସି ସ୍ଥାନରେ ସ୍ଥଳଭାଗ ଅତିକ୍ରମ କରିବାର ଆଶଙ୍କା ରହିଛି। ସେହିପରି ସମ୍ଭାବ୍ୟ ବାତ୍ୟା ପ୍ରଥମେ ପଶ୍ଚିମ ଓ ପରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ତେଣୁ ବାତ୍ୟାର ଗତି ପରିବର୍ତ୍ତନ ପ୍ରକ୍ରିୟା ହିଁ ଏକ ଗୁରୁତ୍ବପୂର୍ଣ ଭୂମିକା ନେବ ବୋଲି ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପ ଜନିତ ବର୍ଷାକୁ ନଜରରେ ରଖି ଓୟୁଏଟି ପକ୍ଷରୁ ଚାଷୀମାନଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ଅମଳ ସମୟରେ ଏଭଳି ବର୍ଷା ଓ ବାତ୍ୟା ଆଶଙ୍କା ଥିବାରୁ ଫସଲ ସୁପରିଚାଳନା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର