ସ୍ଥଳଭାଗ ଛୁଇଁବନି ବାତ୍ୟା : ସମୁଦ୍ର ମଧ୍ୟରେ ହେବ ଦୁର୍ବଳ, କିନ୍ତୁ ୧୦ ସନ୍ଧ୍ୟାରୁ ପ୍ରବଳ ବର୍ଷା

The Sakala Picture
Published On

ନୂଆଦିଲ୍ଲୀ : ରାଜ୍ୟ ବାସୀଙ୍କ ପାଇଁ ଭଲ ଖବର। ଆସନ୍ତାକାଲି ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବନି ବୋଲି ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ ଆରକେ ଜେନାମଣି। ତାଙ୍କ କହିବା କଥା ହେଲା, ଉପକୂଳ ଛୁଇଁନପାରେ ବାତ୍ୟା । ଏପରିକି ବାତ୍ୟା ସମୁଦ୍ର ମଧ୍ୟରେ ଉପକୂଳ ଠାରୁ ଦେଢ଼ ଶହରୁ ଦୁଇ ଶହ କିଲୋମିଟର ଦୂରରେ ଥାଇ ରି-କର୍ଭ କରିବାର ସମ୍ଭାବନା ରହିଛି । ଦକ୍ଷିଣ […]

ନୂଆଦିଲ୍ଲୀ : ରାଜ୍ୟ ବାସୀଙ୍କ ପାଇଁ ଭଲ ଖବର। ଆସନ୍ତାକାଲି ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବନି ବୋଲି ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ ଆରକେ ଜେନାମଣି। ତାଙ୍କ କହିବା କଥା ହେଲା, ଉପକୂଳ ଛୁଇଁନପାରେ ବାତ୍ୟା । ଏପରିକି ବାତ୍ୟା ସମୁଦ୍ର ମଧ୍ୟରେ ଉପକୂଳ ଠାରୁ ଦେଢ଼ ଶହରୁ ଦୁଇ ଶହ କିଲୋମିଟର ଦୂରରେ ଥାଇ ରି-କର୍ଭ କରିବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ରଟି ଅବପାତର ରୂପ ନେଇ ସାରିଛି । ୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ୧୦ ତାରିଖ ସଂଧ୍ୟା ଯାଏଁ ଏହା ଉତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ପରେ ଗତିପଥ ବଦଳାଇବ । ଉତର-ଉତରପୂର୍ବ ଦିଗରେ ଗତି କରି ଓଡ଼ିଶା ଉପକୂଳ ମୁହାଁ ହେବ । ତେବେ ଏହି ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ନାହିଁ । ଏପରିକି ଏହା ଉପକୂଳ ଦେଇ ସମାନ୍ତରାଳ ଭାବେ ଗତି କରିପାରେ ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ତେବେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ନଥିଲେ ମଧ୍ୟ ପ୍ରବଳ ବର୍ଷା ହେବ। ଳ ୧୦ ତାରିଖ ସନ୍ଧ୍ୟାରୁ ୧୧ ତାରିଖ ସକାଳ ପର୍ୟ୍ୟନ୍ତ ଓଡିଶା ଉପକୂଳର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏବଂ ଏହି ସମୟ ଭିତରେ ପବନର ବେଗ ୪୦ ରୁ ୪୫ କିମି ପ୍ରତି ଘଣ୍ଟା ରହିବ । ଆଜି ସନ୍ଧ୍ୟାରେ ଏହା ଅବପାତରେ ପରିଣତ ହୋଇ ଆସନ୍ତା କାଲି ବାତ୍ୟାର ରୂପ ନେବ । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ଭଳି ଉପକୂଳ ବର୍ତ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

07 May 2022 By The Sakala

ସ୍ଥଳଭାଗ ଛୁଇଁବନି ବାତ୍ୟା : ସମୁଦ୍ର ମଧ୍ୟରେ ହେବ ଦୁର୍ବଳ, କିନ୍ତୁ ୧୦ ସନ୍ଧ୍ୟାରୁ ପ୍ରବଳ ବର୍ଷା

ନୂଆଦିଲ୍ଲୀ : ରାଜ୍ୟ ବାସୀଙ୍କ ପାଇଁ ଭଲ ଖବର। ଆସନ୍ତାକାଲି ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବନି ବୋଲି ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ ଆରକେ ଜେନାମଣି। ତାଙ୍କ କହିବା କଥା ହେଲା, ଉପକୂଳ ଛୁଇଁନପାରେ ବାତ୍ୟା । ଏପରିକି ବାତ୍ୟା ସମୁଦ୍ର ମଧ୍ୟରେ ଉପକୂଳ ଠାରୁ ଦେଢ଼ ଶହରୁ ଦୁଇ ଶହ କିଲୋମିଟର ଦୂରରେ ଥାଇ ରି-କର୍ଭ କରିବାର ସମ୍ଭାବନା ରହିଛି ।

ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ରଟି ଅବପାତର ରୂପ ନେଇ ସାରିଛି । ୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ୧୦ ତାରିଖ ସଂଧ୍ୟା ଯାଏଁ ଏହା ଉତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ପରେ ଗତିପଥ ବଦଳାଇବ । ଉତର-ଉତରପୂର୍ବ ଦିଗରେ ଗତି କରି ଓଡ଼ିଶା ଉପକୂଳ ମୁହାଁ ହେବ । ତେବେ ଏହି ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ନାହିଁ । ଏପରିକି ଏହା ଉପକୂଳ ଦେଇ ସମାନ୍ତରାଳ ଭାବେ ଗତି କରିପାରେ ।

ତେବେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ନଥିଲେ ମଧ୍ୟ ପ୍ରବଳ ବର୍ଷା ହେବ। ଳ ୧୦ ତାରିଖ ସନ୍ଧ୍ୟାରୁ ୧୧ ତାରିଖ ସକାଳ ପର୍ୟ୍ୟନ୍ତ ଓଡିଶା ଉପକୂଳର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏବଂ ଏହି ସମୟ ଭିତରେ ପବନର ବେଗ ୪୦ ରୁ ୪୫ କିମି ପ୍ରତି ଘଣ୍ଟା ରହିବ । ଆଜି ସନ୍ଧ୍ୟାରେ ଏହା ଅବପାତରେ ପରିଣତ ହୋଇ ଆସନ୍ତା କାଲି ବାତ୍ୟାର ରୂପ ନେବ । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ଭଳି ଉପକୂଳ ବର୍ତ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର