ଅବପାତରେ ପରିଣତ ହେଲା ଲଘୁଚାପ, ୨୬ରୁ ରାଜ୍ୟରେ ବର୍ଷା ଆରମ୍ଭ….

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ । ଆସନ୍ତାକାଲି ବାତ୍ୟାର ରୂପ ନେବା ସମ୍ଭାବନା । ୨୬ରେ ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବାତ୍ୟା ସୃଷ୍ଟି ହେଲେ ମଧ୍ୟ ରାଜ୍ୟର ମାତ୍ର କିଛି ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବ। ବାତ୍ୟା ଯୋଗୁଁ ମୁଖ୍ୟତଃ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ ବାତ୍ୟା ଯୋଗୁଁ ସମୁଦ୍ର ଅଶାନ୍ତ ରହୁଥିବାରୁ […]

ଭୁବନେଶ୍ୱର: ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ । ଆସନ୍ତାକାଲି ବାତ୍ୟାର ରୂପ ନେବା ସମ୍ଭାବନା । ୨୬ରେ ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ବାତ୍ୟା ସୃଷ୍ଟି ହେଲେ ମଧ୍ୟ ରାଜ୍ୟର ମାତ୍ର କିଛି ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବ। ବାତ୍ୟା ଯୋଗୁଁ ମୁଖ୍ୟତଃ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ ବାତ୍ୟା ଯୋଗୁଁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ଅବପାତ ରୂପ ନେବା ପରେ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ। ୨୫ ତାରିଖ ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ସିଧାସଳଖ ରହିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ସେ କହିଛନ୍ତି ଯେ, ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୭ ତାରିଖରେ କିଛି କିଛି ସ୍ଥାନରେ ବର୍ଷା ସହ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର ଓ ମୟୂରଭଞ୍ଜରେ ଏହାର ପ୍ରଭାବ ରହିବ ବୋଲି ସେ କହିଛନ୍ତି।

ରାଜ୍ୟରେ ବର୍ତ୍ତମାନ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଅପରାହ୍ଣରେ ବର୍ଷା ଜାରି ରହିଛି। ଏହା ସହ ଦିନବେଳା ପ୍ରବଳ ଖରା ଅନୁଭୂତ ହେଉଛି। ଏହି ସ୍ଥିତି ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ବିଜୁଳି ଓ ଘଡ଼ଘଡ଼ି ପାଇଁ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। କାଳବୈଶାଖୀ ଯୋଗୁଁ ଅନେକ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର