ବାତ୍ୟା ‘ୟସ’ ପାଇଁ ପ୍ରଧାନମନ୍ତ୍ରୀଙ୍କ କ୍ଷୟକ୍ଷତି ସମୀକ୍ଷା: କ୍ଷତିଭରଣା ନିଜେ କରିବ ରାଜ୍ୟ, ବାତ୍ୟା ନିରୋଧୀ ଭିତ୍ତିଭୂମି ଓ ବେଳାଭୂମିର ସୁରକ୍ଷା ଦାବି କଲା ଓଡ଼ିଶା

The Sakala Picture
Published On

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର,ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଓ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ସମୀକ୍ଷା ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ଗଣମାଧ୍ୟମକୁ ସୂଚନା […]

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର,ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଓ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସମୀକ୍ଷା ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି ପ୍ରଦୀପ କୁମାର ଜେନା କହିଛନ୍ତି ଯେ, କ୍ଷୟକ୍ଷତି ନେଇ ଆକଳନ ଚାଲିଛି ଏବେ କ୍ଷୟକ୍ଷତି ବାବଦରେ ଅର୍ଥରାଶି ଆମେ କେନ୍ଦ୍ରକୁ ମାଗିନାହୁଁ । ୭ ଦିନ ପରେ କ୍ଷୟକ୍ଷତି କେତେ ହୋଇଛି ଆମେ ଜଣାଇବୁ । ବାତ୍ୟାରେ କ’ଣ ହୋଇଛି ସେ ନେଇ ୮ ମିନିଟର ଏକ ଭିଡିଓ କ୍ଳିପ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ବାତ୍ୟା ଅଞ୍ଚଳର ସ୍ଥିତି ନେଇ ମଧ୍ୟ ପାଓ୍ୱାର ପଏଣ୍ଟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଛି । ଦୀର୍ଘକାଳୀନ ପ୍ରସ୍ତୁତି ପାଇଁ ୨ଟି ଆବଶ୍ୟକତା ରହିଛି । ଗୋଟିଏ ହେଉଛି, ଡିଜାଷ୍ଟର ରେଜିଡେନ୍ସ ପାୱାର ସିଷ୍ଟମ । ଦ୍ୱିତୀୟ ହେଉଛି କୋଷ୍ଟାଲ ଷ୍ଟର୍ମ ସର୍ଜ ପ୍ରୋକ୍ଟେକ୍ସନ୍ ପାଇଁ ସି ରୋଲ ଆବଶ୍ୟକତା ରହିଛି । ଏଥିପାଇଁ ଦୀର୍ଘକାଳୀନ ସହାୟତା ଆବଶ୍ୟକ ବୋଲି କହିଛନ୍ତି ଏସଆରସି । ରାଜ୍ୟରେ ୪୮୦ କିଲୋମିଟର ସାମୁଦ୍ରିକ ଅଞ୍ଚଳ ରହିଛି । ୪୫୦ କିଲୋମିଟର ଅଞ୍ଚଳରେ କାମ କରିବାକୁ ପଡ଼ିବ ।  ବୈଠକରେ ରାଜ୍ୟ ପକ୍ଷରୁ ବାତ୍ୟା ନିରୋଧୀ ଭିତ୍ତିଭୂମି ଓ ବେଳାଭୂମିର ସୁରକ୍ଷା ପାଇଁ ଅନୁରୋଧ କରାଯାଇଥିବା ଶ୍ରୀ ଜେନା ସୂଚନା ଦେଇଛନ୍ତି ।  ତେବେ ବାତ୍ୟା କ୍ଷୟକ୍ଷତିର ଭରଣା ରାଜ୍ୟ ନିଜେ କରିବ ବୋଲି ଶ୍ରୀ ଜେନା କହିଛନ୍ତି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

28 May 2021 By The Sakala

ବାତ୍ୟା ‘ୟସ’ ପାଇଁ ପ୍ରଧାନମନ୍ତ୍ରୀଙ୍କ କ୍ଷୟକ୍ଷତି ସମୀକ୍ଷା: କ୍ଷତିଭରଣା ନିଜେ କରିବ ରାଜ୍ୟ, ବାତ୍ୟା ନିରୋଧୀ ଭିତ୍ତିଭୂମି ଓ ବେଳାଭୂମିର ସୁରକ୍ଷା ଦାବି କଲା ଓଡ଼ିଶା

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର,ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଓ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ସମୀକ୍ଷା ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି ପ୍ରଦୀପ କୁମାର ଜେନା କହିଛନ୍ତି ଯେ, କ୍ଷୟକ୍ଷତି ନେଇ ଆକଳନ ଚାଲିଛି ଏବେ କ୍ଷୟକ୍ଷତି ବାବଦରେ ଅର୍ଥରାଶି ଆମେ କେନ୍ଦ୍ରକୁ ମାଗିନାହୁଁ । ୭ ଦିନ ପରେ କ୍ଷୟକ୍ଷତି କେତେ ହୋଇଛି ଆମେ ଜଣାଇବୁ । ବାତ୍ୟାରେ କ’ଣ ହୋଇଛି ସେ ନେଇ ୮ ମିନିଟର ଏକ ଭିଡିଓ କ୍ଳିପ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ବାତ୍ୟା ଅଞ୍ଚଳର ସ୍ଥିତି ନେଇ ମଧ୍ୟ ପାଓ୍ୱାର ପଏଣ୍ଟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଛି । ଦୀର୍ଘକାଳୀନ ପ୍ରସ୍ତୁତି ପାଇଁ ୨ଟି ଆବଶ୍ୟକତା ରହିଛି । ଗୋଟିଏ ହେଉଛି, ଡିଜାଷ୍ଟର ରେଜିଡେନ୍ସ ପାୱାର ସିଷ୍ଟମ । ଦ୍ୱିତୀୟ ହେଉଛି କୋଷ୍ଟାଲ ଷ୍ଟର୍ମ ସର୍ଜ ପ୍ରୋକ୍ଟେକ୍ସନ୍ ପାଇଁ ସି ରୋଲ ଆବଶ୍ୟକତା ରହିଛି । ଏଥିପାଇଁ ଦୀର୍ଘକାଳୀନ ସହାୟତା ଆବଶ୍ୟକ ବୋଲି କହିଛନ୍ତି ଏସଆରସି । ରାଜ୍ୟରେ ୪୮୦ କିଲୋମିଟର ସାମୁଦ୍ରିକ ଅଞ୍ଚଳ ରହିଛି । ୪୫୦ କିଲୋମିଟର ଅଞ୍ଚଳରେ କାମ କରିବାକୁ ପଡ଼ିବ ।  ବୈଠକରେ ରାଜ୍ୟ ପକ୍ଷରୁ ବାତ୍ୟା ନିରୋଧୀ ଭିତ୍ତିଭୂମି ଓ ବେଳାଭୂମିର ସୁରକ୍ଷା ପାଇଁ ଅନୁରୋଧ କରାଯାଇଥିବା ଶ୍ରୀ ଜେନା ସୂଚନା ଦେଇଛନ୍ତି ।  ତେବେ ବାତ୍ୟା କ୍ଷୟକ୍ଷତିର ଭରଣା ରାଜ୍ୟ ନିଜେ କରିବ ବୋଲି ଶ୍ରୀ ଜେନା କହିଛନ୍ତି ।

https://www.thesakala.in/latest-odisha-news/cyclone-yaas-review-meeting/article-2454
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର