୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ୪୮ ଘଣ୍ଟା ଭିତରେ ଘନୀଭୂତ ହୋଇ ଲଘୁଚାପର ରୂପ ନେବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଏହା ବାତ୍ୟାର ରୂପ ନେବକି ନା ନାହିଁ ଏନେଇ ସ୍ପଷ୍ଟ ହୋଇ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ବର୍ଷା ହେବା ନେଇ […]

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ୪୮ ଘଣ୍ଟା ଭିତରେ ଘନୀଭୂତ ହୋଇ ଲଘୁଚାପର ରୂପ ନେବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଏହା ବାତ୍ୟାର ରୂପ ନେବକି ନା ନାହିଁ ଏନେଇ ସ୍ପଷ୍ଟ ହୋଇ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ସହ ଅଭ୍ୟନ୍ତରୀଣ ଓଡିଶାରେ କାଳବୈଶାଖୀ ବର୍ଷା ସହ ପବନର ବେଗ ଘଣ୍ଟା ପ୍ରତି ୩୦ କିମି ରହିବ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣିଂ  ଜାରି କରାଯାଇଛି। ଆଗାମୀ ୫ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ। ୫ ଦିନ ପରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାଶ କହିଛନ୍ତି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର