ଉତ୍ତର ଓଡିଶା ନିକଟରେ ସକ୍ରିୟ ଘୁର୍ଣ୍ଣିବଳୟ; ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Madhusudan Das Picture
Published On

ଭୁବନେଶ୍ୱର: ଉତ୍ତର ଓଡିଶା ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ, ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଭାଗରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଶୁକ୍ରବାର ଦିନ ମୟୂରଭଞ୍ଜ ଜିଲ୍ଲା ପାଇଁ ଅତ୍ୟାଧିକ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ, ଅନ୍ୟ ସମସ୍ତ ଜିଲ୍ଲା ପାଇଁ ବଜ୍ରପାତ ଓ ମଧ୍ୟମ ଧରଣର ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ତଳିଆ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଖୋଲିଲା ହୀରାକୁଦ ଡ୍ୟାମର ଆଉ ୧୦ଟି ଗେଟ୍‌, ମୋଟ୍ ୧୨ଟି ଗେଟ୍‌ ଦେଇ ବନ୍ୟା ପାଣି ନିଷ୍କାସନ ଜାରି

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ମୟୂରଭଞ୍ଜରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ୨୯ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ପବନ ଏବଂ ବଜ୍ରପାତ ହୋଇପାରେ। IMDର ଆକଳନ ଅନୁଯାୟୀ, ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏବଂ ଆସନ୍ତା ସପ୍ତାହ ଆରମ୍ଭରୁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। 

ଆହୁରି ପଢ଼ନ୍ତୁ: ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

07 Aug 2026 By Madhusudan Das

ଉତ୍ତର ଓଡିଶା ନିକଟରେ ସକ୍ରିୟ ଘୁର୍ଣ୍ଣିବଳୟ; ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଓଡିଶା ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ, ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଭାଗରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଶୁକ୍ରବାର ଦିନ ମୟୂରଭଞ୍ଜ ଜିଲ୍ଲା ପାଇଁ ଅତ୍ୟାଧିକ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ, ଅନ୍ୟ ସମସ୍ତ ଜିଲ୍ଲା ପାଇଁ ବଜ୍ରପାତ ଓ ମଧ୍ୟମ ଧରଣର ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ତଳିଆ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ମୟୂରଭଞ୍ଜରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ୨୯ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ପବନ ଏବଂ ବଜ୍ରପାତ ହୋଇପାରେ। IMDର ଆକଳନ ଅନୁଯାୟୀ, ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏବଂ ଆସନ୍ତା ସପ୍ତାହ ଆରମ୍ଭରୁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର