ଆସନ୍ତାକାଲି ସଂନ୍ଧ୍ୟାରେ ଲ୍ୟାଣ୍ଡଫଲ୍ କରିବ ‘ଗୁଲାବ’, ଘଣ୍ଟା ପ୍ରତି ୯୦ରୁ ୯୫ କିମି ବେଗରେ ପବନ ବହିବା ସହ ହେବ ପ୍ରବଳ ବର୍ଷା

The Sakala Picture
Published On

ଭୁବନେଶ୍ବର : ମାଡିଆସୁଛି ବାତ୍ୟା ଗୁଲାବ। ଆସନ୍ତା ୨୬ ତାରିଖରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ।  ଗୋପାଳପୁର- ବିଶାଖାପାଟଣା ମଝି କଳିଙ୍ଗପଟ୍ଟନମରେ ଲ୍ୟାଣ୍ଡଫଲ୍ କରିପାରେ ସାମୁଦ୍ରିକ ଝଡ଼ ।ବର୍ତ୍ତମାନ ଏହା ଗୋପାଳପୁରରୁ ୪୭୦ କି.ମି. ଏବଂ କଳିଙ୍ଗପଟ୍ଟନମ୍ ଠାରୁ ୫୪୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇ ରହିଛି। ବାତ୍ୟା ଘଣ୍ଟାପ୍ରତି ୧୪ କିମି ବେଗରେ ଉପକୂଳକୁ ମୁହାଁଉଛି । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାକୁ ୯୦ […]

ଭୁବନେଶ୍ବର : ମାଡିଆସୁଛି ବାତ୍ୟା ଗୁଲାବ। ଆସନ୍ତା ୨୬ ତାରିଖରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ।  ଗୋପାଳପୁର- ବିଶାଖାପାଟଣା ମଝି କଳିଙ୍ଗପଟ୍ଟନମରେ ଲ୍ୟାଣ୍ଡଫଲ୍ କରିପାରେ ସାମୁଦ୍ରିକ ଝଡ଼ ।ବର୍ତ୍ତମାନ ଏହା ଗୋପାଳପୁରରୁ ୪୭୦ କି.ମି. ଏବଂ କଳିଙ୍ଗପଟ୍ଟନମ୍ ଠାରୁ ୫୪୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇ ରହିଛି। ବାତ୍ୟା ଘଣ୍ଟାପ୍ରତି ୧୪ କିମି ବେଗରେ ଉପକୂଳକୁ ମୁହାଁଉଛି । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାକୁ ୯୦ ରୁ ୯୫ କିମି ରହିବ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ପାଣିପାଗ ବିଭାଗର ଆକଳନ ଅନୁସାରେ ଏହା ପ୍ରଥମେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ପରେ ପଶ୍ଚିମ, ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରି ୨୬ ତାରିଖ ସଂଧ୍ୟାରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆଜି(ଶନିବାର) ସନ୍ଧ୍ୟାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହିବା ସହ ୨୬ ତାରିଖରେ ଘଣ୍ଟା ପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ବୋହିବ । ସେହିପରି ସ୍ଥଳବିଶେଷରେ ଏହା ୯୦ ରୁ ୯୫ କିଲୋମିଟର ମଧ୍ୟ ଛୁଇଁବ ବୋଲି କୁହାଯାଉଛି।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

ବାତ୍ୟା ପ୍ରଭାବରେ ଗଛ ଉପୁଡିବାର ସମ୍ଭାବନା ରହିଛି। ଚାଷଜମି ମଧ୍ୟ କ୍ଷତିଗ୍ରସ୍ତ ହୋଇପାରେ। ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଖାସ୍ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ଏହି ବାତ୍ୟାଟି ଉପକୂଳ ଅତିକ୍ରମ କରିବା ପରେ ଦୁର୍ବଳ ହେବ ବୋଲି କହିଛନ୍ତି ମୃତ୍ୟୁଞ୍ଜୟ ମହାପାତ୍ର । ୨୭ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ। ତେବେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିଛି । ସମୁଦ୍ର ଭିତରକୁ ଯିବାକୁ ମତ୍ସଜିବୀଙ୍କୁ ବାରଣ କରାଯାଇଛି । ୨୭ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର