ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି, ପିଛିଲା ଭାବେ ୨୦୨୬ ଜୁଲାଇରୁ ଲାଗୁ ହେବ
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର । ମହଙ୍ଗା ଭତ୍ତା ବା DAରେ ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜୁଲାଇ ପହିଲା ୨୦୨୬ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।






