ଦାମୋଦର ରାଉତଙ୍କ ବିୟୋଗ ଓଡ଼ିଶା ରାଜନୀତି ପାଇଁ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଗୁରୁବାର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ଲାଗି ତାଙ୍କ […]

ଭୁବନେଶ୍ବର : ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଗୁରୁବାର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ଜେଲ୍‌ରେ ପଡ଼ିଲା ହାତଗଣ୍ଠି, ଜୀବନସାଥୀ ହେଲେ ଦୁଇ ବିଚାରାଧୀନ କଏଦୀ

ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ଲାଗି ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ବିଭାଗରେ ଆସିବ ଆଧୁନିକତା: କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ 'ଏଆଇ' (AI) ସବସ୍କ୍ରିପସନ୍ ପ୍ରସ୍ତାବ

ଓଡ଼ିଶା ରାଜନୀତିର ପିତାମହ ଭୀଷ୍ମ ଭାବେ ପରିଚିତ ଥିଲେ ଡାକ୍ତର ଦାମୋଦର ରାଉତ । ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ୧୯୭୭ ମସିହାରୁ ୨୦୧୯ ମସିହା ପର୍ଯ୍ୟନ୍ତ ସେ ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଦାମୋଦର ରାଉତ ୧୯୪୨ ମସିହାର ଜୁଲାଇ ୨ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କପିଳ ଚରଣ ରାଉତ ଓ ପତ୍ନୀଙ୍କ ନାମ ସ୍ନେହା ରାଉତ । ୧୯୭୭ ମସିହାରେ ପ୍ରଥମ କରି ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦାମୋଦର ରାଉତ ।

ଜନତା ପାର୍ଟି ଟିକେଟରେ ଏରସମା ଆସନରୁ ୧୯୭୭ରୁ ୧୯୮୦ ମସିହା ପର୍ଯ୍ୟନ୍ତ ବିଧାୟକ ହୋଇଥିଲେ । ପରେ ୧୯୮୦ରେ ଜନତା ପାର୍ଟି-ସେକ୍ୟୁଲାର ଟିକେଟରେ ବିଧାନସଭାକୁ ଏରସମାରୁ ବିଜୟୀ ହୋଇଥିଲେ । ୧୯୯୦ରେ ପୁନଶ୍ଚ ଜନତା ଦଳ ଟିକେଟରେ ଏରସମାରୁ ବିଧାନସଭାକୁ ଆସିଥିଲେ ।

ରାଜ୍ୟ ରାଜନୀତିର ଆଗଧାଡ଼ିର ଟାଣୁଆ ନେତା ଥିଲେ ଦାମୋଦର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ୧୯୭୯ ଅକ୍ଟୋବର ୨୫ ତାରିଖରୁ ୧୯୮୦ ଫେବୃଆରୀ ଦୁଇ ତାରିଖ ପର୍ଯ୍ୟନ୍ତ ସେ ସୂଚନା ଓ ଲୋକସମ୍ପର୍କ ବିଭାଗର ମନ୍ତ୍ରୀ ଥିଲେ । ପରେ ସୋସିଆଲ ୱେଲଫେୟାର ବିଭାଗ ସହ ୧୯୯୩ରୁ ୧୯୯୫ ମସିହା ପର୍ଯ୍ୟନ୍ତ ପଞ୍ଚାୟତିରାଜ ବିଭାଗର ମନ୍ତ୍ରୀ ଥିଲେ ଡାକ୍ତର ଦାମୋଦର ରାଉତ । ମହିଳା ଓ ଶିଶୁ ବିଭାଗର ମନ୍ତ୍ରୀ ଭାବେ ମଧ୍ଯ କାର୍ଯ୍ଯ କରିଥିଲେ ।

ନବୀନଙ୍କ ମନ୍ତ୍ରିମଣ୍ଡଳରେ ପଞ୍ଚାୟତିରାଜ, ସୂଚନା ଓ ଲୋକସମ୍ପର୍କ, କୃଷି, ସମବାୟ, ମତ୍ସ୍ଯ ଓ ପ୍ରାଣୀ ସମ୍ପଦ ବିକାଶ, ସ୍ବାସ୍ଥ୍ଯ, ଅବକାରୀ ଆଦି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ଏହାଛଡ଼ା ବିଧାନସଭାର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କମିଟିରେ ମଧ୍ଯ ଦାମୋଦର ସ୍ଥାନ ପାଇଥିଲେ । ବିଜୁ ବାବୁଙ୍କ ସହିତ ଅତି ଘନିଷ୍ଠ ଥିଲେ ଦାମୋଦର । ବିଜୁଙ୍କ ପରାମର୍ଶରେ ସେ ଚାକିରି ଛାଡ଼ି ରାଜନୀତିରେ ଯୋଗଦେଇଥିଲେ । ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ଓଡ଼ିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।

22 Mar 2024 By The Sakala

ଦାମୋଦର ରାଉତଙ୍କ ବିୟୋଗ ଓଡ଼ିଶା ରାଜନୀତି ପାଇଁ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଗୁରୁବାର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି।

ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ଲାଗି ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଓଡ଼ିଶା ରାଜନୀତିର ପିତାମହ ଭୀଷ୍ମ ଭାବେ ପରିଚିତ ଥିଲେ ଡାକ୍ତର ଦାମୋଦର ରାଉତ । ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ୧୯୭୭ ମସିହାରୁ ୨୦୧୯ ମସିହା ପର୍ଯ୍ୟନ୍ତ ସେ ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଦାମୋଦର ରାଉତ ୧୯୪୨ ମସିହାର ଜୁଲାଇ ୨ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କପିଳ ଚରଣ ରାଉତ ଓ ପତ୍ନୀଙ୍କ ନାମ ସ୍ନେହା ରାଉତ । ୧୯୭୭ ମସିହାରେ ପ୍ରଥମ କରି ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦାମୋଦର ରାଉତ ।

ଜନତା ପାର୍ଟି ଟିକେଟରେ ଏରସମା ଆସନରୁ ୧୯୭୭ରୁ ୧୯୮୦ ମସିହା ପର୍ଯ୍ୟନ୍ତ ବିଧାୟକ ହୋଇଥିଲେ । ପରେ ୧୯୮୦ରେ ଜନତା ପାର୍ଟି-ସେକ୍ୟୁଲାର ଟିକେଟରେ ବିଧାନସଭାକୁ ଏରସମାରୁ ବିଜୟୀ ହୋଇଥିଲେ । ୧୯୯୦ରେ ପୁନଶ୍ଚ ଜନତା ଦଳ ଟିକେଟରେ ଏରସମାରୁ ବିଧାନସଭାକୁ ଆସିଥିଲେ ।

ରାଜ୍ୟ ରାଜନୀତିର ଆଗଧାଡ଼ିର ଟାଣୁଆ ନେତା ଥିଲେ ଦାମୋଦର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ୧୯୭୯ ଅକ୍ଟୋବର ୨୫ ତାରିଖରୁ ୧୯୮୦ ଫେବୃଆରୀ ଦୁଇ ତାରିଖ ପର୍ଯ୍ୟନ୍ତ ସେ ସୂଚନା ଓ ଲୋକସମ୍ପର୍କ ବିଭାଗର ମନ୍ତ୍ରୀ ଥିଲେ । ପରେ ସୋସିଆଲ ୱେଲଫେୟାର ବିଭାଗ ସହ ୧୯୯୩ରୁ ୧୯୯୫ ମସିହା ପର୍ଯ୍ୟନ୍ତ ପଞ୍ଚାୟତିରାଜ ବିଭାଗର ମନ୍ତ୍ରୀ ଥିଲେ ଡାକ୍ତର ଦାମୋଦର ରାଉତ । ମହିଳା ଓ ଶିଶୁ ବିଭାଗର ମନ୍ତ୍ରୀ ଭାବେ ମଧ୍ଯ କାର୍ଯ୍ଯ କରିଥିଲେ ।

ନବୀନଙ୍କ ମନ୍ତ୍ରିମଣ୍ଡଳରେ ପଞ୍ଚାୟତିରାଜ, ସୂଚନା ଓ ଲୋକସମ୍ପର୍କ, କୃଷି, ସମବାୟ, ମତ୍ସ୍ଯ ଓ ପ୍ରାଣୀ ସମ୍ପଦ ବିକାଶ, ସ୍ବାସ୍ଥ୍ଯ, ଅବକାରୀ ଆଦି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ଏହାଛଡ଼ା ବିଧାନସଭାର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କମିଟିରେ ମଧ୍ଯ ଦାମୋଦର ସ୍ଥାନ ପାଇଥିଲେ । ବିଜୁ ବାବୁଙ୍କ ସହିତ ଅତି ଘନିଷ୍ଠ ଥିଲେ ଦାମୋଦର । ବିଜୁଙ୍କ ପରାମର୍ଶରେ ସେ ଚାକିରି ଛାଡ଼ି ରାଜନୀତିରେ ଯୋଗଦେଇଥିଲେ । ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ଓଡ଼ିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର