ୟଶ୍ ପାଇଁ ଓଡ଼ିଶାର ସମସ୍ତ ବନ୍ଦର ଗୁଡିକ ପାଇଁ ବିପଦ ସଂକେତ-୧ ଜାରି କରାଯାଇଛି

The Sakala Picture
Published On

ବଙ୍ଗୋପସାଗରରେ ବଳ ଗୋଟାଉଛି ଅବପାତ । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ଅର୍ଥାତ୍ ସୋମବାର ସକାଳ ସୁଦ୍ଧା ସାମୁଦ୍ରିକ ଘୂର୍ଣ୍ଣିଝଡ଼ ବା ବାତ୍ୟାର ରୂପ ନେବ । ଏହା ପରେ ବାତ୍ୟା ‘ୟଶ୍’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଶକ୍ତିଶାଳୀ ହୋଇ ୨୬ ତାରିଖ ସକାଳେ ଉତ୍ତରପଶ୍ଚିମ ବଙ୍ଗୋପସାଗରର ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ପହଞ୍ଚିବ । ‘ୟଶ୍’ ଅତି ଭୀଷଣ ବାତ୍ୟା ରୂପରେ ୨୬ ସନ୍ଧ୍ୟାରେ ପାରାଦୀପ ଓ ସାଗର ଦ୍ୱୀପ […]

ବଙ୍ଗୋପସାଗରରେ ବଳ ଗୋଟାଉଛି ଅବପାତ । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ଅର୍ଥାତ୍ ସୋମବାର ସକାଳ ସୁଦ୍ଧା ସାମୁଦ୍ରିକ ଘୂର୍ଣ୍ଣିଝଡ଼ ବା ବାତ୍ୟାର ରୂପ ନେବ । ଏହା ପରେ ବାତ୍ୟା ‘ୟଶ୍’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଶକ୍ତିଶାଳୀ ହୋଇ ୨୬ ତାରିଖ ସକାଳେ ଉତ୍ତରପଶ୍ଚିମ ବଙ୍ଗୋପସାଗରର ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ପହଞ୍ଚିବ । ‘ୟଶ୍’ ଅତି ଭୀଷଣ ବାତ୍ୟା ରୂପରେ ୨୬ ସନ୍ଧ୍ୟାରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ଏବେ ଅବପାତ ପୋର୍ଟବ୍ଲେଆର୍ ଠାରୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ୫୬୦ କିଲୋମିଟର ଦୂରରେ ଥିବାବେଳେ ପାରାଦୀପ ଠାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୫୯୦ କିମି ଦୂରରେ ରହିଛି । ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୬୯୦ କିଲୋମିଟର ଏବଂ ଦୀଘା ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୬୭୦ କିଲୋମିଟର ଦୂରରେ ରହିଛି । ଆଉ କିଛି ଘଣ୍ଟା ପରେ ଏହା ଗଭୀର ଅବପାତରେ ପରିଣତ ହେବ ।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

ବାତ୍ୟାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଦିଆଯାଇଛି । ଗୋପାଳପୁର, ପୁରୀ, ପାରାଦୀପ ଓ ଧାମରାରେ ୧ ନମ୍ବର ବିପଦ ସଂକେତ ରହିଛି । ବାତ୍ୟା ‘ୟଶ୍’ ପ୍ରଭାବରେ ରାଜ୍ୟରେ ୨୪ ତାରିଖରୁ ବର୍ଷା ଆରମ୍ଭ ହେବ । ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲାର ଗାଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ମୟୂରଭଞ୍ଜ, ଗଞ୍ଜାମ ଏବଂ ଢେଙ୍କାନାଳ ଜିଲ୍ଲାର ଗାଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

ସେହିଭଳି ୨୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ତଥା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର