ଜାଡରେ ଥରୁଛି ଦାରିଙ୍ଗବାଡ଼ି; ୧୫ ଡିଗ୍ରୀ ତଳେ ରାଜ୍ୟର ୮ ସହର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଯାଇଛି । କ୍ରମାଗତ ଭାବେ ତାପମାତ୍ରା ହ୍ରାସ କାରଣରୁ ଥଣ୍ଡାର ପ୍ରକୋପ ବୃଦ୍ଧି ହେଉଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ଏଠାରେ ପାରଦ ୧୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ି ରାଜ୍ୟର ସବୁଠାରୁ ଅଣ୍ଡା ସହରରେ ପରିଣତ ହୋଇଛି। ସେହିପରି ଫୁଲବାଣୀରେ ତାପମାତ୍ରା ୧୧.୫ ଡିଗ୍ରୀ […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଯାଇଛି । କ୍ରମାଗତ ଭାବେ ତାପମାତ୍ରା ହ୍ରାସ କାରଣରୁ ଥଣ୍ଡାର ପ୍ରକୋପ ବୃଦ୍ଧି ହେଉଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ଏଠାରେ ପାରଦ ୧୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ି ରାଜ୍ୟର ସବୁଠାରୁ ଅଣ୍ଡା ସହରରେ ପରିଣତ ହୋଇଛି। ସେହିପରି ଫୁଲବାଣୀରେ ତାପମାତ୍ରା ୧୧.୫ ଡିଗ୍ରୀ ଥିବା ବେଳେ କୋରାପୁଟ ୧୨ କେନ୍ଦୁଝର ୧୩, ଭବାନୀପାଟଣା ଏବଂ ଝାରସୁଗୁଡା ୧୪.୨, ଟିଟଲାଗଡ଼ ଏବଂ ସୋନପୁର ତାପମାତ୍ରା ୧୪.୮ ଡିଗ୍ରୀ ରହିଛି ବୋଲି ଭୁବନେଶ୍ବର ସ୍ଥିତ ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ କଟକରେ ରାତିର ତାପମାତ୍ରା ୧୭ ଡିଗ୍ରୀ ସେଲଫସିୟସ ରହିଛି ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଅଣ୍ଡା ଶୁଷ୍କ ପବନ ବହୁଛି। ଏହି ବାୟୁ ରାଜ୍ୟରେ ତାପମାତ୍ରା କମାଇବାରେ ସହାୟକ ହେଉଛି। ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ବାଭାବିକ ଠାରୁ ୨-୩ ଡିଗ୍ରୀ ତଳେ ତାପମାତ୍ରା ରହୁଛି । ଏହି ସ୍ଥିତି ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଶ୍ରୀ ଦାସ କହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଟିଟଲାଗଡ଼ଠାରେ ରାତିର ତାପମାତ୍ରା ସ୍ବାଭାବିକଠାରୁ ୪.୩ ଡିଗ୍ରୀ ସେଲ୍‌ସିୟସ କମ୍ ରହିଛି। ସେହିପରି ଝାରସୁଗୁଡ଼ା ଓ

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

କେନ୍ଦୁଝରରେ ଏହା ୩.୫ ଡିଗ୍ରୀ କମ୍ ରହିଥିବା ବେଳେ ଭୁବନେଶ୍ବରରେ ତାପମାତ୍ରା ସ୍ଵାଭାବିକଠାରୁ ୩.୧ ଡିଗ୍ରୀ ସେଲ୍‌ସିୟସ କମ୍ ରେକର୍ଡ କରାଯାଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୯ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୨-୩ ଦିନ ପରେ ପୂର୍ବ ଦିଗରୁ ଉଷ୍ମ ଆର୍ଦ୍ର ବାୟୁ ଓଡ଼ିଶାକୁ ପ୍ରବେଶ କରିବ । ଏହା ଦ୍ବାରା ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ସହିତ ରାଜ୍ୟରେ ତାପମାତ୍ରା ସାମାନ୍ୟ ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି |

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର