ଆସନ୍ତାକାଲି ଶ୍ରୀଜିଉଙ୍କ ରାହୁରେଖା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ : ଆସନ୍ତାକାଲି ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୨.୩୦ ମିନିଟ ଠାରୁ ସନ୍ଧ୍ୟା ୬.୩୦ ମିନିଟ ପର୍ଯ୍ୟନ୍ତ, ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି। ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ରାହୁରେଖା ଲାଗି ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି […]
ପୁରୀ : ଆସନ୍ତାକାଲି ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୨.୩୦ ମିନିଟ ଠାରୁ ସନ୍ଧ୍ୟା ୬.୩୦ ମିନିଟ ପର୍ଯ୍ୟନ୍ତ, ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।
ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ରାହୁରେଖା ଲାଗି ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ତେବେ ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପିଡୀତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା।
ତେବେ ପୁନର୍ବାର ଦେଉଳକରଣ, ତଢଉ କରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ। ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ। ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।