ରାଜ୍ୟକୁ ଫେରିଲା ଶୀତ, ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଆହୁରି କମିବ ଦିନ ତାପମାତ୍ରା…

The Sakala Picture
Published On

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ। ସ୍ବାଭାବିକ ହେଲା ତାପମାତ୍ରା । ଅଧିକାଂଶ ସହରର ତାପମାତ୍ରା ସ୍ବାଭାବିକ ହୋଇଛି । ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦିନର ତାପମାତ୍ରା ଦୁଇ ଡିଗ୍ରୀ ପର୍ୟ୍ୟନ୍ତ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ଜାଡ ସହ ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି। ରାଜ୍ୟରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନ ଥିବା ବେଳେ ଆଗାମୀ ୫ ଦିନ ଯାଏଁ […]

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ। ସ୍ବାଭାବିକ ହେଲା ତାପମାତ୍ରା । ଅଧିକାଂଶ ସହରର ତାପମାତ୍ରା ସ୍ବାଭାବିକ ହୋଇଛି । ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦିନର ତାପମାତ୍ରା ଦୁଇ ଡିଗ୍ରୀ ପର୍ୟ୍ୟନ୍ତ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ଜାଡ ସହ ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି। ରାଜ୍ୟରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନ ଥିବା ବେଳେ ଆଗାମୀ ୫ ଦିନ ଯାଏଁ ପାଗ ମୁଖ୍ୟତ ଶୁଖିଲା ରହିବ। ଆଗାମୀ ୪ରୁ ୫ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନର କୌଣସି ସମ୍ଭାବନା ନାହିଁ ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ଦିନ ତାପମାତ୍ରା ୨ ରୁ ୩ ଡିଗ୍ରୀ କମିବାର ସମ୍ଭାବନା ରହିଥିବା ବେଳେ ରାତି ତାପମାତ୍ରା ରେ କୌଣସି ପରିବର୍ତ୍ତନ ଦେଖା ଯିବ ନାହିଁ ବୋଲି ବିଭାଗ ଆକଳନ କରିଛି। ତେଣୁ ରାଜ୍ୟରେ ସ୍ୱାଭାବିକ ରହିବ ଶୀତର ପ୍ରକୋପ। ଆସନ୍ତା ୨୪ ଘଣ୍ଟାରେ ପାଗ ଶୁଖିଲା ରହିବା ସହ ଝାରସୁଗୁଡା, ଗଞ୍ଜାମ, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ ଓ ସମ୍ବଲପୁ ରେ ହାଲୁକରୁ ମାଧ୍ୟମ ଧରଣର କୁହୁଡି ଅନୁଭୂତ ହେବ। କେବଳ ସୁନ୍ଦରଗଡରେ ଘନ କୁହୁଡି ପାଇଁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରାଯାଛି ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ସେପଟେ ଗତ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ରାଉରକେଲା ରେ ୧୦.୨ ଡ଼ିଗ୍ରୀ ରେକର୍ଡ ହୋଇଛି । ବିଭିନ୍ନ ସ୍ଥାନରେ ଯେପରିକି ରାଉରକେଲା ଭବାନୀପାଟଣା, କୋରାପୁଟ, ଫୁଲବାଣୀ, ସୁନ୍ଦରଗଡ଼ ଜିଲ୍ଲାରେ ଘନ କୁହୁଡି ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟାରେ ପାହାଡିଆ ଅଞ୍ଚଳର ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୯.୨ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଭୁବନେଶ୍ୱରରେ ୧୫.୦ ଓ କଟକରେ ୧୩.୬ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର